ବଜ୍ରପାତରେ ଭାଙ୍ଗିଲା ବିଷ୍ଣୁ ମନ୍ଦିର ଚୂଡ଼ା

ପାତ୍ରପୁର,୨୦ା୩ (ଡି.ଏନ୍‌.ଏ.) – ପାତ୍ରପୁର ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ କୁଆପଥର ବୃଷ୍ଟି ହୋଇଛି। ବଣଶୋଳା ଗ୍ରାମ ବଡ଼ସାହିରେ ଥିବା ପାଣ୍ଡୁରଙ୍ଗା ବିଷ୍ଣୁ ମନ୍ଦିର ଉପରେ ବଜ୍ରପାତ ହେବାରୁ ମନ୍ଦିର ଚୂଡ଼ା ଭାଙ୍ଗି ତଳକୁ କସି ପଡିଛି। ସେହିଭଳି ତାଳପଡାରେ ନଡିଆ ଗଛ ଜଳିଯାଇଥିବା ଜଣାପଡିଛି। ବ୍ଲକର ଖାରିଆଗୁଡା, ଗୁଣ୍ଡୁରା, ମନ୍ଦରଡା, ସୁରଙ୍ଗି, ପାତ୍ରପୁର, ଜରଡା, ସାମନ୍ତିଆପଲ୍ଲୀ, କେଲୁଆ ପ୍ରମୁଖ ଅଞ୍ଚଳରେ ବର୍ଷାସହ କୁଆପଥର ବୃଷ୍ଟି ହୋଇଥିଲା। ଅନ୍ୟପଟେ ବାଘଲଟି ଜଳ ଭଣ୍ଡାରର ଉପର ମୁଣ୍ଡ ପାହାଡରେ ପ୍ରବଳ ବର୍ଷା ହୋଇଥିବାରୁ ଜଳଭଣ୍ଡାରର ଜଳସ୍ତର ବଢିଛି। କୌଣସି ମୁହୁର୍ତ୍ତରେ ନଦୀକୁ ପାଣି ଛଡାଯାଇପାରେ ବୋଲି ବାଘଲଟି ଜଳଭଣ୍ଡାର ନିର୍ବାହୀ ଯନ୍ତ୍ରୀ ଇଂ. ସଂଞ୍ଜୀବ କୁମାର ଦାସବର୍ମା ସୂଚନା ଦେଇଛନ୍ତି। ନଦୀ ମଧ୍ୟକୁ ଯିବାକୁ ବାରଣ କରାଯାଇଛି। କରୋନାକୁ ନେଇ ଜନସାଧାରଣ ଭୟଭୀତ ଥିବାବେଳେ ବଜ୍ରପାତରେ ମନ୍ଦିର ନୀଳଚକ୍ର ଭାଙ୍ଗିବାରୁ ଗ୍ରାମବାସୀଙ୍କ ମନରେ ଛନକା ପଶିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri