ବଜ୍ରପାତରେ ଯୁବକ ମୃତ

ଡେରାବିଶ, ୨୨।୪ (ସ୍ବ.ପ୍ର.)-ଡେରାବିଶ ବ୍ଲକ ଅଦୀନ ମଙ୍ଗଳପୁର ପଞ୍ଚାୟତ ତ୍ରିପୁରାରୀପୁର ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୂର୍ଣ୍ଣଚନ୍ଦ୍ର ସିଂହଙ୍କ ପୁଅ ଦିବ୍ୟରଞ୍ଜନ(୨୧)। ସନ୍ଧ୍ୟାରେ ପଟ୍ଟାମୁଣ୍ଡାଇ କେନାଲ ପୋଲ ଉପରେ ଦିବ୍ୟରଞ୍ଜନ ବସିଥିବା ସମୟରେ ଜୋରରେ ପବନ ହେବା ସହ ଘଡ଼ଘଡ଼ି ମାରିଥିଲା। ସେ ଦୌଡ଼ ଘରକୁ ଆସୁଥିବା ବେଳେ ହିଁ ତାଙ୍କ ଉପରେ ବଜ୍ରପାତ ଘଟିଥିଲା। ପରିବାର ଓ ସ୍ଥାନୀୟ ଲୋକେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ନିକିରାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri