ବାରିପଦା ଅଫିସ/ରାଇରଙ୍ଗପୁର,୧୬ା୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ପଢିଆ ଗ୍ରାମ ନିକଟରେ ସୋମବାର ବଜ୍ରପାତରେ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଝାରପୋଖରିଆ ଥାନା ଅଧୀନ ପାନ୍ଧଡା ଗ୍ରାମର ଅଜୟ କୁମାର ଗୋଚ୍ଛାୟତ। ଆହତ ଅଞ୍ଜନା ଗୋଚ୍ଛାୟତଙ୍କୁ ଚିକିତ୍ସା ପାଇଁ ବାରିପଦାସ୍ଥିତ ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ଅପରାହ୍ନରେ ସ୍ବାମୀ ସ୍ତ୍ରୀ ଏକ ସ୍କୁଯିରେ ୨୨୦ ନଂ ଜାତୀୟ ରାଜପଥରେ ଘରକୁ ଫେରୁଥିବା ବେଳେ ପଢିଆ ନିକଟରେ ବଜ୍ରପାତର ଶିକାର ହୋଇଥିଲେ। ଘଟଣାସ୍ଥଳରେ ଅଜୟଙ୍କ ମୃତ୍ୟୁ ଘଟିଥିଲା।
ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…
ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…
ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର
ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…
ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ
ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…
Archives

