ପାଲଲହଡ଼ା, ୧୮ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତ ବାଲିବାହାଳ ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ୨୩ ଗୋରୁଙ୍କ ମୃତ୍ୟୁ ଘଟିଛି। ଅପରାହ୍ନ ପ୍ରାୟ ୨ଟାରେ ପାଲଲହଡ଼ାର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ସାଙ୍ଗକୁ ପ୍ରବଳ ଘଡଘଡି ହୋଇଥିଲା। ଏହି ସମୟରେ ଗୋରୁ ଗୋଠରେ ଚରୁଥିବା ୨୩ଟି ଗାଈ ବଜ୍ରପାତ ଯୋଗୁ ସେଠାରେ ଟଳି ପଡିଥିଲେ। ଗୋରୁ ପଲରେ ଗ୍ରାମର ମୁଣ୍ଡାରୀ ନାୟକଙ୍କ ୨ଟି, ଭୁବନ ପ୍ରଧାନଙ୍କ ୩, କପିଳ ନାୟକଙ୍କ ୨, ଦାସୀ ପ୍ରଧାନଙ୍କ ୧, ଦୁର୍ଯ୍ୟୋଧନ ଦେହୁରୀଙ୍କ ୧, ଅମିନ ଠାକୁରଙ୍କ ୬, ଘାସିରାମ ଗିରିଙ୍କ ୪, ସାହେବ ନାଏକଙ୍କ ୨, କାଳିଆ ବାରିକଙ୍କ ୨ଟି ଗୋରୁଥିଲେ ବୋଲି ଜଣାପଡିଛି I ଘଟଣାସ୍ଥଳରେ ସ୍ଥାନୀୟ ସରପଞ୍ଚ ପିତ୍ତନ ବାରିକ ଏବଂ ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ସାହୁ ପହଞ୍ଚିଥିଲେ। ପରେ ପାଲଲହଡା ଉପଜିଲାପାଳ ଅଜିତ କୁମାର ପ୍ରଧାନ ସ୍ଥାନୀୟ ତହସିଲଦାର ଏବଂ ଆର୍ଆଇଙ୍କୁ ଘଟଣାର ତଦନ୍ତ ପାଇଁ ପଠାଇଥିଲେ। ରିପୋର୍ଟ ଆସିବା ପରେ ପଦକ୍ଷେପ ନିଆଯିବ ବୋଲି ପ୍ରଧାନ କହିଛନ୍ତି।
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…
ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା
ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…
ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ
ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…
ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ
ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…
ଜଙ୍ଗଲରେ ଭୋଜି ମନା
ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…
ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍ ପଛରେ ପିଟିହେଲା କାର୍, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…
ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…
ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ
ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…
Archives

