ବଡପୁଅ ଆକ୍ରମଣରେ ବାପା,୩ ଭାଇ ଆହତ

ବୁଗୁଡା,୧୩ା୫(ଡି.ଏନ.ଏ.)-ବୁଗୁଡା ଥାନା ଚିରିକିପଡା ଗ୍ରାମରେ ଜମିବାଡିକୁ କେନ୍ଦ୍ରକରି ଗୋଟିଏ ପରିବାରର ବଡପୁଅର ଆକ୍ରମଣରେ ବାପା ଏବଂ ୩ ଭାଇ ଆହତ ହୋଇଛନ୍ତି। ଆହତମାନେ ହେଲେ ବାପା ରାଘବ ମହାନ୍ତି, ତାଙ୍କ ପୁଅ ଟିଟୁ, ସିଦ୍ଧେଶ୍ୱର ଓ ବାପୁନି।

ପ୍ରକାଶ ଯେ, ଚିରିକିପଡା ଗ୍ରାମର ରାଘବଙ୍କ ୪ପୁଅ। ସେମାନଙ୍କ ମଧ୍ୟରେ ଜମିବାଡିକୁ କେନ୍ଦ୍ରକରି ରବିବାର ସନ୍ଧ୍ୟାରେ ଗଣ୍ଡଗୋଳ ହୋଇଥିଲା। ସୋମବାର ରାଘବଙ୍କ ସ୍ତ୍ରୀଙ୍କ ଶ୍ରାଦ୍ଧବାର୍ଷିକୀ ଥିଲା। ଏନେଇ ବଡଭାଇ ଏବଂ ଅନ୍ୟଭାଇଙ୍କ ମଧ୍ୟରେ କୌଣସି କାରଣକୁ ନେଇ କଳିଗୋଳ ହୋଇଥିଲା। ରାଘବଙ୍କ ବଡପୁଅ ରାମକୃଷ୍ଣ, ତାଙ୍କ ପୁଅ ଓ ପଙ୍କଳବାଡି ଗ୍ରାମର ୨ଜଣ ଯୁବକ ମିଶି ରାଘବ ଓ ତାଙ୍କ ଅନ୍ୟ ୩ପୁଅ ଟିଟୁ, ସିଦ୍ଧେଶ୍ୱର ଓ ବାପୁନିଙ୍କୁ କାତି ଓ କୁରାଢୀରେ ଆକ୍ରମଣ କରିଥିଲେ। ଆକ୍ରମଣରେ ଟିଟୁ ଓ ସିଦ୍ଧେଶ୍ୱର ଗୁରୁତର ଆହତ ହୋଇଥିଲେ। ବାପା ରାଘବଙ୍କ ମୁଣ୍ଡ ଏବଂ ଅନ୍ୟ ଏକ ଭାଇ ବାପୁନିଙ୍କ ହାତରେ ଆଘାତ ଲାଗିଥିଲା। ଆହତ ୪ଜଣ ଅଟୋରେ ଆସି ବୁଗୁଡା ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ରାଘବଙ୍କ ଦ୍ୱିତୀୟ ପୁଅ ଟିଟୁ ଏବଂ ୪ର୍ଥ ପୁତ୍ର ସିଦ୍ଧେଶ୍ୱରଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଖବର ଲେଖା ହେବା ସୁଦ୍ଧା ବୁଗୁଡା ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବାବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛି। ପରିବାରଲୋକେ ବ୍ରହ୍ମପୁର ବଡ ମେଡିକାଲରୁ ଫେରିବା ପରେ ଏତଲା ଦେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri