ବଡ଼ଚଣା ଥାନାବାବୁଙ୍କ ପାଇଁ ଥାନାରେ ସେବାୟତ, ନୋଟିସ୍‌ ଦେଇ ଛାଡ଼ିିଲା ପୋଲିସ

ପୁରୀ ଅଫିସ,୨୧ା୪:  କୋଭିଡ୍‌-୧୯ ନିର୍ଦ୍ଦେଶାବଳୀ ଉଲ୍ଲଂଘନ କରି ନିଲମ୍ବିତ ଯାଜପୁର ଜିଲା ବଡ଼ଚଣା ଥାନାଧିକାରୀ ଦୀପକ କୁମାର ଜେନାଙ୍କୁ ସପରିବାର ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ନେବା ସେବାୟତ ଶ୍ୟାମ ପୂଜାପଣ୍ଡାଙ୍କୁ ମହଙ୍ଗା ପଡ଼ିଛି। ତାଙ୍କୁ ପୋଲିସ ଖୋଜୁଥିବା ଜାଣି ଶ୍ୟାମ ମଙ୍ଗଳବାର ପୂର୍ବାହ୍ନରେ ସିଂହଦ୍ୱାର ଥାନାରେ ହାଜର ହୋଇଥିଲେ। ପୋଲିସ ତାଙ୍କୁ ଅଟକ ରଖି ପଚରାଉଚରା କରିଥିଲା। ପରେ ତାଙ୍କୁ ନୋଟିସ୍‌ ଦେଇ ଛଡ଼ାଯାଇଥିବା ଥାନା ଆଆଇସି ଗେହ୍ଲି ସାହୁ କହିଛନ୍ତି।

କରୋନା କଟକଣା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। କୌଣସି ଭକ୍ତଙ୍କୁ ଭିତରକୁ ଛଡ଼ାଯାଉ ନାହିଁ। ଚାରିଦ୍ୱାରରେ ପୋଲିସ ଏବଂ ଜେଟିପି ଜଗିଥିବା ବେଳେ ଗତ ରବିବାର ସନ୍ଧ୍ୟାରେ ଏକ ହଳଦିଆ ବତି ଲାଗିଥିବା ଗାଡ଼ିରେ ଥାନାଧିକାରୀ ଜେନା ସପରିବାର ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାରରେ ପହଞ୍ଚତ୍ଥିଲେ। ମନ୍ଦିର ଭିତରକୁ ପ୍ରବେଶ କରିବାବେଳେ କାର୍ଯ୍ୟରତ ପୋଲିସ କର୍ମଚାରୀ ତାଙ୍କୁ ଅଟକାଇଥିଲେ। ହେଲେ ସେ କାହା କଥା ନ ଶୁଣି ଭିତରକୁ ଯାଇଥିଲେ। ମନ୍ଦିରକୁ ଯିବାରେ ସେମାନଙ୍କୁ ଜଣେ ସେବାୟତ ସହଯୋଗ କରିଥିବା ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ଥାନାଧିକାରୀ ଜେନା, ତାଙ୍କ ସହଧର୍ମିଣୀ ଏବଂ ସେବାୟତ ଶ୍ୟାମ ପୂଜାପଣ୍ଡାଙ୍କ ନଁାରେ ମାମଲା ରୁଜୁ କରାଯାଇଥିଲା। ତେବେ ନିଜ କ୍ଷମତାର ଦୁରୂପଯୋଗ କରିବା ଏବଂ କରୋନା କଟକଣା ଉଲ୍ଲଂଘନ କରି ମନ୍ଦିରକୁ ପ୍ରବେଶ କରିଥିବାରୁ ଥାନାଧିକାରୀ ଜେନାଙ୍କୁ ଡିଜିପି ନିଲମ୍ବନ କରିଥିଲେ। ଏହି ଘଟଣାର ତଦନ୍ତ ଚାଲିଥିବା ବେଳେ ମଙ୍ଗଳବାର ସମ୍ପୃକ୍ତ ସେବାୟତ ସିଂହଦ୍ୱାର ଥାନାରେ ପହଞ୍ଚିଥିଲେ। ଏ ସମ୍ପର୍କରେ ସିଂହଦ୍ୱାର ଥାନାଧିକାରୀ ସାହୁ କହିଛନ୍ତି, ଘଟଣାର ତଦନ୍ତ ଜାରି ରହିଛି। ସେବାୟତ ଶ୍ୟାମ ପୂଜାପଣ୍ଡାଙ୍କୁ ଥାନାରେ ହାଜର ହେବାକୁ କୁହାଯାଇଥିଲା। ତେଣୁ ସେ ଥାନାକୁ ଆସିଥିଲେ। ତାଙ୍କୁ ପଚରାଉଚରା ପରେ ନୋଟିସ୍‌ ଦିଆଯାଇ ଛଡ଼ାଯାଇଛି। ଆସନ୍ତା ୭ଦିନ ମଧ୍ୟରେ ସେ ପୁଣିଥରେ ଥାନାରେ ହାଜର ହେବେ। ତଦନ୍ତ ଅଧିକାରୀଙ୍କୁ ସହଯୋଗ କରିବା ଲାଗି ତାଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri