ବଡ଼ଦିନ ଯାଏ ପ୍ରବଳ ଶୀତ: ୭ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଓଡ଼ିଶା ପ୍ରବଳ ଶୀତରେ ଥରୁଛି। ଆଗାମୀ ଦୁଇ-ତିନି ଦିନ ଯାଏ ରାଜ୍ୟରେ ଶୀତ ଲହରି ଜାରି ରହିବା ନେଇ ପାଣିପାଗ ବିଭାଗ ସତର୍କ କରିଛି। ବଡ଼ ଦିନ ଯାଏ ଶୀତ ରହିବ। ସୋମବାର ରାତିରେ ଦାରିଙ୍ଗବାଡ଼ିକୁ ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ରେକର୍ଡ କରାଯାଇଛି। ଶୁକ୍ରବାର ରାତିରେ ୩.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ୧୯ଟି ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। ତେବେ ଆଜି ରାତିରେ ଆହୁରି ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଯାଇଛି। ପ୍ରବଳ ଥଣ୍ଡାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ଆଗାମୀ ୨୪ ଘଣ୍ଟା ପାଇଁ ୭ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଏହି ୭ ଜିଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧ। ଏହି ଜିଲ୍ଲା ଗୁଡ଼ିକ ପ୍ରବଳରୁ ଅତି ପ୍ରବଳ ଥଣ୍ଡା ହେବାର ସମ୍ଭାବନା ରହିଛି। ସେହିପରି ଶୀତ ଲହରି ନେଇ ଅନ୍ୟ ୧୯ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ନୟାଗଡ଼, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ନୂଆପଡ଼ା, କନ୍ଧମାଳ ଓ ନବରଙ୍ଗପୁର। ଏହି ସବୁ ଜିଲା ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri