ବଡ଼ରମା ରେଞ୍ଜରେ ମାଈହାତୀର ମୃତ୍ୟୁ

ଜମନକିରା,୮।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅନ୍ତର୍ଗତ ବଡ଼ରମା ରେଞ୍ଜ ପଥୁରିଆରେ ଶନିବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ବନ ବିଭାଗ ପକ୍ଷରୁ ହାତୀର ମୃତଦେହ ବ୍ୟବଚ୍ଛେଦ ପରେ ମାଟିରେ ପୋତି ଦିଆଯାଇଥିବା ନେଇ ବାମରା ଡିଏଫ୍‌ଓ ନୃସିଂହଚରଣ ମିଶ୍ର ପ୍ରକାଶ କରିଛନ୍ତି।
ବନ ବିଭାଗର ସୂଚନା ଅନୁଯାୟୀ, କିଛି ଦିନ ହେଲା ବୃଦ୍ଧା ହାତୀଟି ତା’ ଛୁଆ ସହ ବଡ଼ରମା ପଥୁରିଆ ଜଙ୍ଗଲ ପାଖାପାଖି ବୁଲାବୁଲି କରୁଥିଲା। ଏହା ଦେଖି ଗାଁଲୋକ ବନ ବିଭାଗ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଶୁକ୍ରବାର ରାତିରେ ବଡ଼ରମା ବନ ବିଭାଗ ପକ୍ଷରୁ ଜମନକିରା ପ୍ରାଣୀ ଚିକିତ୍ସକ ଡା. ସାରଦାପ୍ରସନ୍ନ ସିଂବରିହାଙ୍କୁ ନେଇ ଚିକିତ୍ସା କରିବା ପାଇଁ ଚେଷ୍ଟା କରାଯାଇଥିଲା। ତେବେ ପାଖରେ ଥିବା ଛୁଆହାତୀର ଅବସ୍ଥିତି ଯୋଗୁ ଡାକ୍ତର ଚିକିତ୍ସା ପାଇଁ ସାହସ କରିପାରି ନ ଥିଲେ। ଆଜି ପୁନର୍ବାର ହାତୀଥିବା ସ୍ଥାନକୁ ଚିକିତ୍ସା ପାଇଁ ଯାଇଥିବା ବେଳେ ହାତୀଟିର ମୃତ୍ୟୁ ହୋଇଥିବା ଜାଣିଥିଲେ। ବ୍ୟବଚ୍ଛେଦ ପରେ ଏକ ଜେସିବି ସାହାଯ୍ୟରେ ମାଟି ଖୋଳି ମୃତ ହାତୀଟିକୁ ପୋତି ଦିଆଯାଇଥିବା ଜଣାପଡ଼ିଛି। ହାତୀଟିର ବୟସ ୫୦ରୁ ୬୦ ହୋଇଥିବା ବେଳେ ବାର୍ଦ୍ଧକ୍ୟ ଯୋଗୁ ମୃତ୍ୟୁ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଡିଏଫ୍‌ଓ ପ୍ରକାଶ କରିଛନ୍ତି। ଏଥିରେ ଡିଏଫ୍‌ଓଙ୍କ ସମେତ ଏସିଏଫ୍‌ ଯଦୁମଣୀ କେର୍କେଟା, ରେଞ୍ଜର ରିସ୍ନା ଜାମୁଡାଳିଆ, ଫରେଷ୍ଟର, ଫରେଷ୍ଟଗାର୍ଡ, ବିଟ ଗାର୍ଡ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ୱରରେ ଏହି ୪ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ; ମିଳିବ ପ୍ରଚୁର ଧନ, ନୂଆ ଚାକିରିର ଅଫର୍‌

ନଭେମ୍ୱର ମାସର ଆରମ୍ଭରେ ବୃହସ୍ପତି ସିଂହ ରାଶିରେ ବିରାଜମାନ ରହିବେ। ଏହା ସହିତ ଶୁକ୍ର ବକ୍ରୀ ହୋଇ କନ୍ୟା ରାଶିକୁ ଗୋଚର କରିବା ଏବଂ ବୁଧ ତୁଳା…

୩୦ ପରେ ଖୋଲିବ କଳିଙ୍ଗା ଘାଟି ରାସ୍ତା: ବାତ୍ୟା ଭୟ ମଧ୍ୟରେ ଆଶ୍ରୟସ୍ଥଳୀରେ ଲୋକଙ୍କୁ ଖାଦ୍ୟ ପରଶିଲେ ଉପଜିଲାପାଳ

ଭଞ୍ଜନଗର, ୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ଏବଂ ପ୍ରବଳ ବର୍ଷାଜନିତ ଭୂସ୍ଖଳନ ଆଶଙ୍କାକୁ ଦୃଷ୍ଟିରେ ରଖି ଗଞ୍ଜାମ ଓ କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟି ରାସ୍ତା…

ମିଶନ ଶକ୍ତି ଓ ଓଡ଼ିଶା ରାଇଜିଂ ଫାଉଣ୍ଡେସନ ମଧ୍ୟରେ MOU: କଳାହାଣ୍ଡିର ଏସଏଚଜି ମହିଳା ପାଇବେ ଆର୍ଥିକ ସାକ୍ଷରତା ପ୍ରଶିକ୍ଷଣ

ଭବାନୀପାଟଣା, ୨୭/୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସ୍ୱୟଂ ସହାୟକ ଗୋଷ୍ଠୀ (SHG) ମହିଳାମାନଙ୍କୁ ଆର୍ଥିକ ସ୍ତରରେ ସଶକ୍ତ ଓ ସାକ୍ଷର କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ…

ବାତ୍ୟା ‘ଅର୍ଣ୍ଣବ’ ସତର୍କତା: ଗୁଡ଼ାରି ‘ମା’ ଗୃହ’ରେ ୧୯ ଗର୍ଭବତୀ, ପ୍ରଶାସନର ‘ଜିରୋ କାଜୁଆଲଟି’…

ଗୁଡ଼ାରି, ୨୭।୧୦(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ…

ଥାନା CUG ନମ୍ବର ଲୁଚାଇଲେ ହେବ କାର୍ଯ୍ୟାନୁଷ୍ଠାନ! ସାର୍ବଜନୀନ କରିବାକୁ ପୋଲିସ୍ HQରୁ କଡ଼ା ନିର୍ଦ୍ଦେଶ

କଟକ ସଦର, ୨୭/୧୦ (ସୁଶାନ୍ତ କୁମାର ଜେନା): ରାଜ୍ୟର ବିଭିନ୍ନ ଥାନାରେ ଥିବା BSNL ଲ୍ୟାଣ୍ଡଫୋନ୍ ଲାଇନ୍‌ଗୁଡ଼ିକ ଅଚଳ ହୋଇପଡ଼ିଥିବାରୁ, ଜରୁରୀ ସେବା ଓ ପୋଲିସ୍ ସହାୟତା…

ଏକମାତ୍ର ବିଜ୍ଞାନ ଶିକ୍ଷକଙ୍କ ବଦଳି ପ୍ରତିବାଦ: ମେଣ୍ଢିପାଲି ସ୍କୁଲରେ ତାଲା, ଛାତ୍ରଛାତ୍ରୀଙ୍କ ସହ ଧାରଣାରେ ଗ୍ରାମବାସୀ

ଦେବଗଡ଼, ୨୭।୧୦(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଥିବା ଏକମାତ୍ର ବିଜ୍ଞାନ ଶିକ୍ଷକଙ୍କ ବଦଳିକୁ ନେଇ ଅସନ୍ତୋଷ। ତାଙ୍କ ସ୍ଥାନରେ ଅନ୍ୟ କୌଣସି ବିଜ୍ଞାନ ଶିକ୍ଷକଙ୍କୁ ନିଯୁକ୍ତି ନଦେବା…

ବଡ଼ ଖବର: କାଲି ନୁହେଁ ଆଜି ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା, ହଠାତ୍‌ ବଦଳିଲା ସମୟ

ଭୁବନେଶ୍ୱର, ୨୭।୧୦: କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ । ହଠାତ୍ ବଦଳିଲା ବାତ୍ୟା ଲ୍ୟାଣ୍ଡଫଲର ସମୟ । ଆଜି ରାତି…

କୋଟିଆ ମାଟିରେ ତାତିଲେ ତାରା, ଗର୍ଜିଲେ ଭକ୍ତ: ଆନ୍ଧ୍ର ପୋଲିସ୍ ତୁରନ୍ତ ସ୍ଥାନ ଛାଡ଼, ଏହା କାହାର ପୈତୃକ ସମ୍ପତ୍ତି ନୁହେଁ…

ପଟ୍ଟାଙ୍ଗି, ୨୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନରୁ ଲାଗିରହିଥିବା ସୀମା ବିବାଦକୁ ନେଇ ସ୍ଥିତି ପୁଣି ସଙ୍ଗୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?