ବଡ଼ସାହିରେ ସର୍ବାଧିକ,ବିଜାତଳାରେ ସର୍ବନିମ୍ନ ବର୍ଷା: ବିଦ୍ୟାଳୟ ଛୁଟି

ବାରିପଦା ଅଫିସ,୨୫।୧୦: ମୟୂରଭଞ୍ଜ ଜିଲାରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ୁଛି। ଜିଲାର ବଡ଼ସାହିରେ ଶୁକ୍ରବାର ସୁଦ୍ଧା ସର୍ବାଧିକ ୧୦୮ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ବିଜାତଳାରେ ସର୍ବନିମ୍ନ ୨୫ ମିମି ବର୍ଷା ରେକର୍ଡ ହୋଇଛି। ତେବେ ବର୍ଷାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜିଲାର ସମସ୍ତ ବିଦ୍ୟାଳୟ ବନ୍ଦ କରିବାକୁ ଜିଲାପାଳ ବିନିତ ଭରଦ୍ୱାଜ ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ସମସ୍ତ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ, ଆଦର୍ଶ ବିଦ୍ୟାଳୟ ସମେତ ବିଭିନ୍ନ ବିଦ୍ୟାଳୟକୁ ବନ୍ଦ ରଖିବା ପାଇଁ ଜିଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା ସମସ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଛନ୍ତି। ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା କୌଣସିଠାରେ ନଦୀ ଜଳ ବିପଦ ସଙ୍କେତ ପାର କରି ନ ଥିବା ଜିଲା ଜରୁରୀ ଅଧିକାରୀ ଜଣାଇଛନ୍ତି।
ସୂଚନାନୁଯାୟୀ, ଗୁରୁବାର ସକାଳ ୮ ଟାରୁ ଶୁକ୍ରବାର ସକାଳ ୮ଟା ମଧ୍ୟରେ ମୋରଡ଼ାରେ ୭୩ ମିମି, ରାସଗୋବିନ୍ଦପୁରରେ ୭୮ମିମି, କୁଳିଅଣାରେ ୬୭ ମିମି, ସାରସକଣାରେ ୪୫ମିମି, ଶୁଳିଆପଦାରେ ୪୪.୩ ମିମି, ବାଙ୍ଗିରିପୋଷିରେ ୬୫.୨ମିମି, ବାରିପଦାରେ ୬୫ମିମି, ଖୁଣ୍ଟାରେ ୯୦.୪ମିମି, ଗୋପବନ୍ଧୁନଗରରେ ୯୦.୪ମିମି, ଉଦଳାରେ ୧୦୦.୨ମିମି, କପ୍ତିପଦାରେ ୭୮ମିମି, ବିଶୋଇରେ ୩୪ମିମି, ବିଜାତଳାରେ ୨୫ ମିମି, ରାଇରଙ୍ଗପୁରରେ ୪୨ମିମି, କୁସୁମିରେ ୪୨ମିମି, ଜାମଦାରେ ୫୪ମିମି , ବହଲଦାରେ ୪୨.୨ମିମି, ତିରିଂରେ ୫୫.୨ମିମି, ଯଶିପୁରରେ ୩୮.୯ମିମି, କରଞ୍ଜିଆରେ ୪୪ମିମି, ଠାକୁରମୁଣ୍ଡାରେ ୩୪ମିମି, ଶୁକୃଳୀରେ ୩୯ମିମି, ରରୁଆଁରେ ୪୨ମିମି, ଶାମାଖୁଣ୍ଟାରେ ୪୪ମିମି, ବଡସାହିରେ ୧୦୮ମିମି ଓ ବେତନଟିରେ ୭୮ମିମି ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri