Posted inଖେଳ

ବଡ଼ ଖବର: ଭାବୁକ ପୋଷ୍ଟ କରି ସନ୍ୟାସ ଘୋଷଣା କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୨।୫: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଏକ ବଡ଼ ଘୋଷଣା କରିଛନ୍ତି କିଙ୍ଗ କୋହଲି। ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ବିରାଟ କୋହଲି। ଇନଷ୍ଟାଗ୍ରାମରେ ପୋଷ୍ଟ ଶେୟାର କରି ସେ ଏହି ସୂଚନା ଦେଇଛନ୍ତି।
ବିରାଟ କୋହଲି ଟେଷ୍ଟ ଜର୍ସି ପିନ୍ଧିଥିବା ନିଜର ଏକ ଫଟୋ ଶେୟାର କରି ଲେଖିଛନ୍ତି, ‘ଟେଷ୍ଟ କ୍ରିକେଟରେ ମୁଁ ପ୍ରଥମ ଥର ପାଇଁ ବ୍ୟାଗି ବ୍ଲୁ ଜର୍ସି ପିନ୍ଧିବାର ୧୪ ବର୍ଷ ବିତିଗଲାଣି। ସତ କହିବାକୁ ଗଲେ, ଏହି ଫର୍ମାଟ ମୋତେ ଏତେ ଦୂରକୁ ନେଇଯିବ ତାହା ମୁଁ କେବେ କଳ୍ପନା କରି ନଥିଲି। ଏହା ମୋର ପରୀକ୍ଷା ନେଇଛି, ମୋତେ ଗଠନ କରିଛି ଏବଂ ମୋତେ ଏପରି ଶିକ୍ଷା ଦେଇଛି ଯାହାକୁ ମୁଁ ଜୀବନ ସାରା ମୋ ସହିତ ବହନ କରିବି।’

କୋହଲି ଆହୁରି ଲେଖିଛନ୍ତି, ‘ହ୍ବାଇଟ ଜର୍ସି ପିନ୍ଧି ଖେଳିବା ଏକ ଅତ୍ୟନ୍ତ ବ୍ୟକ୍ତିଗତ ଅଭିଜ୍ଞତା। ନୀରବ କଠିନ ପରିଶ୍ରମ, ଲମ୍ବା ଦିନ, ଛୋଟ ଛୋଟ ମୁହୂର୍ତ୍ତ କୁ କେହି ଦେଖନ୍ତି ନାହିଁ କିନ୍ତୁ ଏହା ସବୁଦିନ ପାଇଁ ଆପଣଙ୍କ ସହିତ ରହିଥାଏ। ଯେତେବେଳେ ମୁଁ ଏହି ଫର୍ମାଟରୁ ଦୂରେଇ ଯାଉଛି, ଏହା ସହଜ ନୁହେଁ, କିନ୍ତୁ ଏହା ଠିକ ଅନୁଭବ ହୁଏ। ମୁଁ ଏଥିରେ ମୋର ସର୍ବସ୍ବ ଦେଇଛି ଏବଂ ଏହା ମୋତେ ଆଶାଠାରୁ ଅଧିକ ଦେଇଛି।’

ବିରାଟ କୋହଲି ୨୦ ଜୁନ ୨୦୧୧ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ତାଙ୍କର ଟେଷ୍ଟ ଡେବ୍ୟୁ ମ୍ୟାଚ ଖେଳିଥିଲେ। ସେ ତାଙ୍କର ଡେବ୍ୟୁ ଟେଷ୍ଟର ପ୍ରଥମ ଇନିଂସରେ ୪ ରନ ଏବଂ ଦ୍ୱିତୀୟ ଇନିଂସରେ ୧୫ ରନ କରିଥିଲେ।

ବିରାଟ କୋହଲିଙ୍କ ଶେଷ ଟେଷ୍ଟ ମ୍ୟାଚ ଥିଲା। ଜାନୁଆରୀ ୩ରୁ ଜାନୁଆରୀ ୫ ମଧ୍ୟରେ ଖେଳାଯାଇଥିବା ଏହି ଟେଷ୍ଟର ପ୍ରଥମ ଇନିଂସରେ କୋହଲି ୧୭ ରନ କରିଥିଲେ। ସେ ତାଙ୍କ କ୍ୟାରିୟରର ଶେଷ ଟେଷ୍ଟ ଇନିଂସରେ ୬ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ…

ଏସ୍‌ସିବି ମେଡିକାଲରୁ ବୃଦ୍ଧ ରୋଗୀ ନିଖୋଜ, ମଙ୍ଗଳାବାଗ ଥାନାରେ ଏତଲା

କଟକ, ୨୭/୬: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ବୃଦ୍ଧ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ପରିବାର ଲୋକେ…

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି…

ସମୁଦ୍ରର ଉଚ୍ଚ ଜୁଆରରେ କୂଳ ଲଂଘୁଛି; ବେଳାଭୂମିର ଦ୍ରୁତ ଅବକ୍ଷୟ, ସମୁଦ୍ର ଗର୍ଭରେ ଲୀନ ହେବାର ଆଶଙ୍କାରେ ଉପକୂଳବର୍ତ୍ତୀ ଅଞ୍ଚଳ

ଗଞ୍ଜାମ, ୨୭।୬ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧଠାରୁ ପ୍ରୟାଗୀ ପର୍ଯ୍ୟନ୍ତ ବେଳାଭୂମି ଗତ କିଛି ଦିନ ଧରି ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri