ବଡ଼ ମେଡିକାଲକୁ ଆସିବ ବ୍ୟାଟେରି ଗାଡ଼ି

ଛତ୍ରପୁର,୨୫ା୯(ଡି.ଏନ.ଏ)-ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲର ବିଭିନ୍ନ ସମସ୍ୟା ସମାଧାନ ନିମନ୍ତେ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ବଡ଼ ମେଡିକାଲର କେତେକ ସ୍ଥାନରେ ସିସି କ୍ୟାମେରା ଲାଗି ନ ଥିବାରୁ ଏହାକୁ ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଠାରେ ବାୟୋମେଟ୍ରିକ୍‌ ବ୍ୟବସ୍ଥା ବାଧ୍ୟତାମୂଳକ ହେବ ବୋଲି ଜିଲାପାଳ କହିଥିଲେ। ଆଉଟଡୋରରୁ ଇନ୍‌ଡୋରକୁ ରୋଗୀଙ୍କୁ ନେବା ପାଇଁ ବିଭିନ୍ନ ସମୟରେ ଅସୁବିଧା ହେଉଛି ା ଏଥିପାଇଁ ଏକ ବ୍ୟାଟେରୀ ଗାଡି କିଣିବାକୁ ବୈଠକରେ ସ୍ଥିର କରାଯାଇଛି ା
ଅନ୍ୟପକ୍ଷରେ ମେଡିକାଲର ସମସ୍ତ ସ୍ଥାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନାହିଁ। ଏହାକୁ ତୁରନ୍ତ ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମେଡ଼ିକାଲ ପରିସର ସଫେଇ ଉପରେ ବିଏମ୍‌ସି ଧ୍ୟାନ ଦେବାକୁ କୁହାଯାଇଥିଲା ା ଚାରାରୋପଣ ପାଇଁ ସ୍ଥିର ହୋଇଛି ା ମେଡିକାଲ ପରିସରରେ ଥିବା ଆଉଟପୋଷ୍ଟର କର୍ମଚାରୀ ସଂଖ୍ୟା ବୃଦ୍ଧି ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ସେହିପରି ସମ୍ପୂର୍ଣ୍ଣ ଭାବେ ପାଚେରୀ ନିର୍ମାଣ, ପାର୍କିଂ ପାଇଁ ସ୍ଥାନ ଚିହ୍ନଟ, ୧.୫୦ କୋଟି ଟଙ୍କା ବ୍ୟୟରେ ଚାଲିଥିବା ସୁପର ସ୍ପେଶିଆଲିଷ୍ଟ ରୁମ୍‌ ଓ ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନାରେ କୋଠା ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବାକୁ ଜିଲାପାଳ କହିଛନ୍ତି। ଯେଉଁ ଗାଁକୁ ଗୁଡିକୁ ଯୋଗାଯୋଗର ଅସୁବିଧା ଅଛି, ତାହାକୁ ପୋଷ୍ୟ ଭାବେ ଗ୍ରହଣ କରି ବଡ଼ ମେଡିକାଲର ଟିମ୍‌ ସେଠାକୁ ଯାଇ ସ୍ବାସ୍ଥ୍ୟ ଶିବିର କରିବାକୁ ନିଷ୍ପତ୍ତି ହୋଇଛି। ବୈଠକରେ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତାତ୍ରୟ ଭାଉସାହେବ, ଅତିରିିକ୍ତ ଏସପି ପି. କେ. ମିଶ୍ର, ଏମକେସିଜି ପ୍ରଶାସନିକ ଅଧିକାରୀ ସଚ୍ଚିଦାନନ୍ଦ ନାୟକ, ଡିନ୍‌ ଡା. ରାଧାମାଧବ ତ୍ରିପାଠୀ, ସୁପରିଣ୍ଟେଣ୍ଡେଣ୍ଟ ପ୍ରଫେସର ଚରଣ ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri