ବଡ଼ ର଼୍ୟାକେଟର ପର୍ଦ୍ଦାଫାଶ କଲା ଏସ୍‌ଟିଏଫ୍‌: ଗୋଟିଏ ରାତିରେ ୮ ବ୍ରାଉନସୁଗାର ବେପାରୀ ଗିରଫ

ଭୁବନେଶ୍ୱର,୬ା୧(ବ୍ୟୁରୋ): ନିଶା ମାଫିଆଙ୍କୁ ଟାର୍ଗେଟ କରିଥିବା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌କୁ ଆଉଏକ ସଫଳତା ମିଳିଛି। ରାଜ୍ୟରେ ସକ୍ରିୟ ଥିବା ବଡ଼ ବ୍ରାଉନସୁଗାର ର଼୍ୟାକେଟକୁ ଠାବ କରିଛି। ଗୋଟିଏ ରାତିରେ ୮ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪୫ ଗ୍ରାମ୍‌ର ବ୍ରାଉନ ସୁଗାର, ୭ଲକ୍ଷ ୪୪ ହଜାର ଟଙ୍କା, ଓ ବାଇକ ଜବତ କରିଛି। ଏସ୍‌ଟିଏଫ୍‌ ଟିମ ଶନିବାର ରାତିରେ ବାଲେଶ୍ୱର ଜଳେଶ୍ୱରରେ ଚଢାଉ କରି ଜଣଙ୍କୁ ଗିରଫ କରିଥିବାବେଳେ ପୁରୀ ମଙ୍ଗଳାସାହିରୁ ୭ ଜଣଙ୍କୁ ଗିରଫ କରିଛି। ବାଲେଶ୍ୱରରୁ ଗିରଫ ଅଭିଯୁକ୍ତ ହେଲେ ଜଳେଶ୍ୱର ଝାଡେଶ୍ୱରପୁରର କେଦାର ମହମ୍ମଦ ଓରଫ ଲାଲ ବାବୁ, ପୁରୀରୁ ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଅଜୟ ନାୟକ, ରମେଶ ନାୟକ, ଅଭିମନ୍ୟୁ ସ୍ବାଇଁ, କାହ୍ନୁ ନାୟକ, ଚିନ୍ତାମଣି ନାୟକ, ବସନ୍ତ ସାମଲ ଓ ଲକ୍ଷ୍ମୀଧର ନାୟକ। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏସ୍‌ଟିଏଫ୍‌ ପକ୍ଷରୁ କୁହାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ବାଲେଶ୍ୱରର ଜଳେଶ୍ୱର ଝାଡେଶ୍ୱରପୁରରେ କେଦାର ବିପୁଳମାତ୍ରାରେ ବ୍ରାଉନସୁଗାର ବିକ୍ରି କରୁଥିବା ଖବର ଏସ୍‌ଟିଏଫ୍‌ ପାଇଥିଲା। ଶନିବାର ରାତିରେ କେଦାର ଘର ନିକଟରେ ଥିବା ଏକ ଅନ୍ଧାରୁଆ ସ୍ଥାନରେ ବ୍ରାଉନସୁଗାର ବିକ୍ରି କରୁଥିବାବେଳେ ଏସ୍‌ଟିଏଫ ଟିମ୍‌ ଚଢାଉ କରି ତାଙ୍କୁ କାବୁ କରିବା ସହ ତାଙ୍କ ନିକଟରୁ ୩୫ ଗ୍ରାମର ବ୍ରାଉନସୁଗାର ଓ ୧ଲକ୍ଷ ୪୭ ହଜାର ଟଙ୍କା ଜବତ କରିଥିଲା। ତାଙ୍କ ବିରୋଧରେ ଏସ୍‌ଟିଏଫ୍‌ ଏନ୍‌ଡିପିଏସ୍‌ କେସ୍‌ ନଂ-୨/୨୦୨୦ ରୁଜୁ କରି ଗିରଫ କରିଥିଲା।
ସେହିପରି ପୁରୀର ମଙ୍ଗଳାସାହିରେ ଏକ ଗ୍ୟାଙ୍ଗ ନିୟମିତ ବ୍ରାଉନସୁଗାର କାରବାର କରୁଥିବା ଖବର ପାଇ ଆଉଏକ ଏସ୍‌ଟିଏଫ୍‌ ଟିମ୍‌ ଶନିବାର ରାତିରେ ପୁରୀ ଯାଇଥିଲା। ମଙ୍ଗଳାସାହିରେ ବ୍ରାଉନସୁଗାର ବିକ୍ରି କରୁଥିବାବେଳେ ଏସ୍‌ଟିଏଫ୍‌ ଟିମ୍‌ ଚଢ଼ାଉ କରି ୭ଜଣଙ୍କୁ ଧରିବା ସହ ସେମାନଙ୍କ ନିକଟରୁ ୧୦ ଗ୍ରାମ୍‌ର ବ୍ରାଉନସୁଗାର, ୫ ଲକ୍ଷ ୯୭ ହଜାର ଟଙ୍କା ଜବତ କରିଥିଲା। ଏସ୍‌ଟିଏଫ୍‌ କେସ୍‌ ନଂ-୧/୨୦୨୦ ଏନ୍‌ଡିପିଏସ୍‌ ମାମଲା ରୁଜୁ କରି ସମସ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri