ବଢ଼ିଛି ଧାନ ସଂଗ୍ରହ

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଚଳିତ ବର୍ଷ ଖରିଫ ଧାନ ସଂଗ୍ରହ ବୃଦ୍ଧି ପାଇଛି। ୨୦୧୯ ଡିସେମ୍ବର ୨୦ ତାରିଖ ସୁଦ୍ଧା ରାଜ୍ୟରୁ ମୋଟ ୧୧୪ ଲକ୍ଷ ୫୫ ହଜାର ୪୪୮ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଛି। ଗତ ବର୍ଷ ତୁଳନାରେ ୫୬ ପ୍ରତିଶତ ଅଧିକ ରହିଛି। ଗତ ବର୍ଷ ଏହି ସମୟ ସୁଦ୍ଧା ୭୩ ଲକ୍ଷ ୩୬ ହଜାର ୨୭୪ କୁଇଣ୍ଟାଲ ଧାନ ସଂଗ୍ରହ କରାଯାଇଥିଲା। ରାଜ୍ୟ ସରକାରଙ୍କ ଦ୍ୱାରା ଅନ୍‌ଲାଇନ ଚାଷୀ ପଞ୍ଜୀକରଣ, ପି-ପାସ, ଆଗୁଆ ଟୋକନ ବ୍ୟବସ୍ଥା ଏବଂ ଧାନ ସଂଗ୍ରହ କାର୍ଯ୍ୟରେ ସ୍ବଚ୍ଛତା ଆଣିବା ଯୋଗୁ ଏହା ସମ୍ଭବ ହୋଇ ପାରିଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ବିଭାଗ ପକ୍ଷରୁ ଖୋଲାଯାଇଥିବା କଲ୍‌ ସେଣ୍ଟର ଯୋଗୁ ଚାଷୀମାନେ ସିଧାସଳଖ ମୋବାଇଲରେ କଥାବାର୍ତ୍ତା ହୋଇ ଧାନ ସଂଗ୍ରହ କେନ୍ଦ୍ରର ବ୍ୟବସ୍ଥା, ଆଗୁଆ ଟୋକନ ପ୍ରଦାନ ଇତ୍ୟାଦି ବିଷୟରେ ଜାଣି ପାରୁଛନ୍ତି। ମତାମତ ସଂଗ୍ରହ କରାଯାଇ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।
ବରଗଡ ଜିଲାରେ ଶୁକ୍ରବାର ସୁଦ୍ଧା ସର୍ବାଧିକ ୩୮ ଲକ୍ଷ ୧୧ ହଜାର ୮୯୨ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଥିବା ବେଳେ ବଲାଙ୍ଗୀରରେ ୮ ଲକ୍ଷ ୯୯ ହଜାର ୬୩୪ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଛି। ସେହିପରି ଝାରସୁଗୁଡାରେ ୧ ଲକ୍ଷ ୬ ହଜାର ୭୬୮ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଥିବା ବେଳେ କଳାହାଣ୍ଡି ଜିଲାରେ ୧୬ ଲକ୍ଷ ୩୨ ହଜାର ୯୯୯ କୁଇଣ୍ଟାଲ, ମାଲକାନଗିରି ଜିଲାରେ ୪ ଲକ୍ଷ ୮୯ ହଜାର ୪୦ କୁଇଣ୍ଟାଲ, ନୂଆପଡାରେ ୩ ଲକ୍ଷ ୯୯ ହଜାର ୪୩୯ କୁଇଣ୍ଟାଲ, ରାୟଗଡାରେ ୧ ଲକ୍ଷ ୮୯ ହଜାର ୪୦ କୁଇଣ୍ଟାଲ, ସମ୍ବଲପୁରରେ ୧୨ ଲକ୍ଷ ୨ ହଜାର ୩୨୭ କୁଇଣ୍ଟାଲ, ସୁବର୍ଣ୍ଣପୁରରେ ୧୧ ଲକ୍ଷ ୮ ହଜାର ୪୪୦ କୁଇଣ୍ଟାଲ ଏବଂ ସୁନ୍ଦରଗଡରେ ୨ ଲକ୍ଷ ୧୬ ହଜାର ୩୦୮ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଛି । ଗତ ବର୍ଷ ଡିସେମ୍ବର ୨୦ ତାରିଖ ସୁଦ୍ଧା ସୁନ୍ଦରଗଡରେ ୯୫ ପ୍ରତିଶତ, ସୁବର୍ଣ୍ଣପୁର ୭୦ ପ୍ରତିଶତ, ସମ୍ବଲପୁର ୨୦ ପ୍ରତିଶତ, ରାୟଗଡା ୧୧ ପ୍ରତିଶତ, ମାଲକାନଗିରିରେ ୫୪ ପ୍ରତିଶତ ଅଧିକ ଧାନ ସଂଗ୍ରହ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri