ବଢ଼ିପାରେ ଲକ୍‌ଡାଉନ୍‌ ଅବଧି: ମୋଦି ଦେଲେ ସଙ୍କେତ

ନୂଆଦିଲ୍ଲୀ,୮।୪: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ କେନ୍ଦ୍ର ସରକାର ୨୧ ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହାର ଅବଧି ଏପ୍ରିଲ ୧୪କୁ ଶେଷ ହେଉଥିବା ବେଳେ ଲକ୍‌ଡାଉନ୍‌ ହଟିବା ନା ଏହାର ଅବଧି ବୃଦ୍ଧି ପାଇବ ସେନେଇ କଳ୍ପନା ଜଳ୍ପନା ଲାଗି ରହିଛି। ତେବେ ବୁଧବାର ଦିଲ୍ଲୀରେ ବସିଥିବା ଏକ ସର୍ବଦଳୀୟ ବୈଠକରେ ଏହାର ଅବଧି ବୃଦ୍ଧି ନେଇ ସଙ୍କେତ ମିଳିଥିବା କୁହାଯାଉଛି। ସୂଚନାଯୋଗ୍ୟ, ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସର୍ବଦଳୀୟ ବୈଠକ କରିଥିଲେ। ଏହି ବୈଠକରେ ବିରୋଧୀ ଦଳର ନେତା ସାମିଲ ହୋଇଥିବା ବେଳେ କରୋନା ମୁକାବିଲା ସହ ଲକ୍‌ଡାଉନ୍‌ ଅବଧି ବୃଦ୍ଧି ନେଇ ଆଲୋଚନା ହୋଇଥିଲା। ଏଥିରେ ଲକ୍‌ଡାଉନ୍‌ର ଅବଧିକୁ ଆହୁରି ବୃଦ୍ଧି କରାଯାଇପାରେ ବୋଲି ମୋଦି ସଙ୍କେତ ଦେଇଥିବା ଜଣାପଡ଼ିଛି। ମୋଦି କହିଛନ୍ତି, କରୋନା ବିରୋଧରେ ଏହା ଦୀର୍ଘ ସମୟର ଯୁଦ୍ଧ। ସମସ୍ତଙ୍କ ଜୀବନ ବଞ୍ଚାଇବା ସରକାରଙ୍କ ପ୍ରଥମ ପ୍ରାଥମିକତା। ବର୍ତ୍ତମାନ ଦେଶ ସାମାଜିକ ଜରୁରୀକାଳୀନ ପରିସ୍ଥିତି ଦେଇ ଗତି କରୁଛି। ଏଭଳି ସ୍ଥିତିରେ କଡ଼ା ନିଷ୍ପତ୍ତି ଓ ସତର୍କତା ରହିବା ଆବଶ୍ୟକ ବୋଲି ମୋଦି କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଲକ୍‌ଡାଉନ୍‌ ଅବଧି ବୃଦ୍ଧି ନେଇ ଏପ୍ରିଲ ୧୧ତାରିଖରେ ସକାଳ ୧୧ଟାରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ସେ ଆଲୋଚନା କରିବେ। ଏହାପରେ ନିଷ୍ପତ୍ତି ନିଆଯିବ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ସୂଚନା ମୁତାବକ ବିଭିନ୍ନ ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କେତେକ ରାଜ୍ୟ ସରକାର ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖୁସିଖବର: ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍‌ରେ ମିଳିବ ରିହାତି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର…

ସବୁକିଛି ହାସଲ କରିବା ପରେ, ସେହି ଗୋଟିଏ କଥା ‘ହିଟମ୍ୟାନ’ଙ୍କୁ ଜୀବନସାରା କନ୍ଦାଇବ! ରୋହିତ ଶର୍ମାଙ୍କୁ ଅବସର ନେବାକୁ…

ନୂଆଦିଲ୍ଲୀ,୧୭।୭: କ୍ରିକେଟ ପ୍ରଶଂସକମାନେ ନିଶ୍ଚିତ ଭାବରେ ଏହା ଜାଣିଥିବେ ଯେ ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତୃତୀୟ ଦିନିକିଆ ରୋହିତ ଶର୍ମାଙ୍କ କ୍ୟାରିୟରର ଶେଷ…

ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’

ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ…

ଏତିକି କିମି ବେଗରେ ପବନ ସହ ଝଡ଼ତୋଫାନ! ଚେତାବନୀ ଦେଲା IMD; ୧୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୧୭।୭: ଦେଶରେ ପ୍ରବଳ ଗରମ ଏବଂ ଗୁଳୁଗୁଳି ମଧ୍ୟରେ ପାଣିପାଗ ବିଭାଗ ଏବେ ଆଶ୍ୱାସନା ଦେଲା ଭଳି ଏକ ଆଲର୍ଟ ଜାରି କରିଛି। ପାଣିପାଗ ବିଭାଗ ଆସନ୍ତାକାଲି…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

ବଦଳିଗଲା NDA ସଂସଦୀୟ ଦଳର ନାମ: ଏବେ ‘ମଙ୍ଗଳ ମିଳନ’ ନାମରେ ହେବ ବୈଠକ

ନୂଆଦିଲ୍ଲୀ,୧୭।୭: କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି (BJP) ନେତୃତ୍ୱାଧୀନ ଶାସକ NDA ମେଣ୍ଟ ସଂସଦୀୟ ବୈଠକର ନାମ ବଦଳାଇ ଦିଆଯାଇଛି। ଏବେ ଏହାକୁ ‘ମଙ୍ଗଳ ମିଳନ’ ନାମ…

ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ…

ସୋନମ ୱାଙ୍ଗଚୁକଙ୍କ ଅନଶନକୁ ନେଇ ସଜାଗ ହେଲେ କେନ୍ଦ୍ର ସରକାର, ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୧୭।୭: ସୋନମ ୱାଙ୍ଗଚୁକଙ୍କ ଅନଶନର ତୃତୀୟ ସପ୍ତାହ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ତତ୍ପର ହୋଇଉଠିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦିଲ୍ଲୀର ତିନୋଟି ହସ୍ପିଟାଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri