ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯ ଡିଗ୍ରୀ ରହିଥିବାବେଳେ ଶୁକ୍ରବାର ୩୯ ଡିଗ୍ରୀ ଛୁଇଁଛି। ସେହିଭଳି ରାଜ୍ୟର ଅନ୍ୟ ସ୍ଥାନରେ ମଧ୍ୟ ତାପମାତ୍ରା ବୃଦ୍ଧି ପାଇଛି। ତେବେ ଶନିବାରଠାରୁ ୬ ଦିନ ଅର୍ଥାତ୍‌ ୧୬ ତାରିଖ ପର୍ଯ୍ୟନ୍ତ ଗରମ ଗୁଳୁଗୁଳିରେ ସିଝିବ ଓଡ଼ିଶା। ଏହି ସମୟ ଭିତରେ ତାପମାତ୍ରା ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଶନିବାରଠାରୁ ଗୁରୁବାର ପର୍ଯ୍ୟନ୍ତ ୧୧ଟି ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ ଓ ଗଜପତି ଜିଲାକୁ ପ୍ରବଳ ଖରା ସହିତ ଗରମ ଓ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ୧୩ ଓ ୧୪ ତାରିଖରେ ବରଗଡ଼, ସମ୍ବଲପୁର ଏବଂ ବଲାଙ୍ଗୀର ଜିଲାକୁ ପ୍ରବଳରୁ ଅତି ପ୍ରବଳ ଖରା ହେବା ସହିତ ଗରମ ଗୁଳୁଗୁଳି ପାଇଁ ସତର୍କ କରାଯାଇଛି। ରାଜ୍ୟରେ ଏବେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହିତ ଗ୍ରୀଷ୍ମ ଲହରୀ ଜାରି ରହିବ। ତେଣୁ ଏହି ସମୟରେ ନିଜକୁ ସୁରକ୍ଷିତ ରଖିବା ପାଇଁ ଆବଶ୍ୟକ ନ ଥିଲେ ଘରେ ରହିବା ସହିତ ଅନ୍ୟାନ୍ୟ ପଦକ୍ଷେପ ନେବା ଜରୁରୀ ବୋଲି କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗତ ୨୪ ଘଣ୍ଟାରେ ୧୩ଟି ସ୍ଥାନରେ ତାପମାତ୍ରା ୩୬ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ୩୯ ଡିଗ୍ରୀ ତାପମାତ୍ରା ସହିତ ବୌଦ୍ଧ ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ଏହା ତଳକୁ ନୂଆପଡ଼ା ଏବଂ ହୀରାକୁଦରେ ୩୮ ଡିଗ୍ରୀ, ସମ୍ବଲପୁର ୩୭.୮, ପାରଳାଖେମୁଣ୍ଡି ୩୭.୬, ଭବାନୀପାଟଣା ୩୭.୫, ଝାରସୁଗୁଡା ୩୭.୪, ତାଳଚେର ୩୬.୫, ବଲାଙ୍ଗୀର ୩୬.୪, ସୋନପୁର ୩୬.୩, ମାଲକାନଗିରି ଓ ବରଗଡ଼ରେ ୩୬.୨ ଡିଗ୍ରୀ ଏବଂ ନବରଙ୍ଗପୁରରେ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ବିଜୟ, ସରକାର ଗଠନ ପାଇଁ ଦାବି,କାଲି ହୋଇପାରେ…

ଚେନ୍ନାଇ,୮ା୫: ତାମିଲାଗା ଭେଟ୍ଟ୍ରି କାଝାଗମ୍‌ (ଟିଭିକେ) ମୁଖ୍ୟ ବିଜୟ ବାମଦଳର ସମର୍ଥନ ହାସଲ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଲୋକ ଭବନରେ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri