ବଢ଼ିଲା ପାରଦ: ୩ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ, ବର୍ଷାପବନକୁ ନେଇ ୮ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଛି। ଗୁରୁବାର ରାଜ୍ୟର ୩ଟି ଜିଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟଲାଗଡ଼ରେ ତାପମାତ୍ରା ୪୦.୫ ଡିଗ୍ରୀ, ମାଲକାନଗିରି ୪୦.୨ ଡିଗ୍ରୀ, ବଲାଙ୍ଗୀର ୪୦ ଡିଗ୍ରୀ ରହିଥିଲା। ସେହିଭଳି କଟକ ଏବଂ ବୌଦ୍ଧରେ ୩୯.୫ଂ, ଭୁବନେଶ୍ୱର ଏବଂ ପାରଳାଖେମୁଣ୍ଡିରେ ୩୯.୨ଂ ରେକର୍ଡ କରାଯାଇଛି। ଅପରପକ୍ଷେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା , କୋରାପୁଟ ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ଏହାକୁ ଦୃଷ୍ଟିରେ ରଖି ୮ ଜିଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, କନ୍ଧମାଳ ଯାଜପୁରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?