Posted inରାଜ୍ୟ

ବଢ଼ିଲା ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ମଧ୍ୟାହ୍ନଭୋଜନ ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦର ବୃଦ୍ଧି କରିଛନ୍ତି। ପ୍ରାଥମିକ ସ୍କୁଲ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ ପାଇଁ ଜଣ ପିଛା ରାଶନ ବାବଦକୁ ୪ ଟଙ୍କା ୯୩ ପଇସା ରଖିଥିଲେ। ହେଲେ ଏହାକୁ ସରକାର ୫ ଟଙ୍କା ୪୨ପଇସା କରିଛନ୍ତି। ସେହିପରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପିଲାଙ୍କ ମଧ୍ୟାହ୍ନଭୋଜନ ଲାଗି ବ୍ୟବହୃତ ରାଶନ ବାବଦକୁ ଜଣ ପିଛା ୭ ଟଙ୍କା ୩୬ପଇସା ରହିଥିଲା ବେଳେ ଏହା ମଧ୍ୟ ୮ଟଙ୍କା ୧୦ପଇସାକୁ ବୃଦ୍ଧି କରାଯାଇଛି। ବର୍ତ୍ତମାନ ସ୍ଥିତିରେ ବଜାର ଦର, ପନିପରିବା ମୂଲ୍ୟ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଏହି ଦୃଷ୍ଟିରୁ ଜଣେ ପିଲା ପାଇଁ ମଧ୍ୟାହ୍ନଭୋଜନ ଲାଗି ଯେତିକି ଖର୍ଚ୍ଚ ହେଉଛି ଦେଖିଲେ ଜଣେ ପ୍ରାଥମିକ ପିଲା ପାଇଁ ରାଶନ ବାବଦକୁ ୫ଟଙ୍କା ୪୨ପଇସା ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଇଁ ୮ଟଙ୍କା୧୦ପଇସା ଆନୁମାନିକ ପଡ଼ିଯାଉଛି। ତେଣୁ ଏହାକୁ ଦୃଷ୍ଟିରେ ରଖି କର୍ତ୍ତପକ୍ଷ ଗୁରୁତର ସହ ବିଚାର କରିବା ପରେ ମଧ୍ୟାହ୍ନଭୋଜନ ଦର ପାଇଁ ଅର୍ଥ ବଢ଼ାଯାଇଥିବା ନୋଡାଲ ଅଫିସର ଗଙ୍ଗାଧର ସାହୁ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତିି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ସରକାର ଏହି ନିଷ୍ପତ୍ତି ନେଇଥିବା ବେଳେ ଏହା ପିଛିଲା ଭାବେ ଏପ୍ରିଲ ୧ ତାରିଖରୁ ହିସାବ କରାଯିବ ବୋଲି ଚିଠିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri