ବଢ଼ିଲା ଯାନବାହନ ବୈଧତା ଅବଧି

କଟକ ଅଫିସ୍‌,୧୬ା୪: ଲକ୍‌ଡାଉନ୍‌ ସମୟ ବଢ଼ିବା ଯୋଗୁ ଯାନବାହନଗୁଡ଼ିକର ବିଭିନ୍ନ ପ୍ରକାର ବୈଧତା ଅବଧି ମଧ୍ୟ ବଢ଼ିଛି। ବୁଧବାର ଏନେଇ ରାଜ୍ୟ ପରିବହନ କମିଶନର ତଥା ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଅଧ୍ୟକ୍ଷଙ୍କ ତରଫରୁ ସୂଚନା ଦିଆଯାଇଛି। ଲକ୍‌ଡାଉନ୍‌ ଯୋଗୁ ପ୍ରଦୂଷଣ ଯାଞ୍ଚ କେନ୍ଦ୍ରଗୁଡ଼ିକ ବନ୍ଦ ରହିଛି। ମାର୍ଚ୍ଚ ୨୨ ତାରିଖ ପରଠୁ ଯେଉଁ ଯାନବାହନର ପ୍ରଦୂଷଣ ପ୍ରମାଣପତ୍ରର ବୈଧତା ଶେଷ ହୋଇଯାଇଛି, ସେଗୁଡ଼ିକୁ ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଟ୍ରେନ୍‌ ଏବଂ ମାଲ୍‌ପରିବହନ ଯାନଗୁଡ଼ିକର ପରମିଟ୍‌ ଅବଧି ମଧ୍ୟ ଜୁନ୍‌ ୩୦ ତାରିଖକୁ ବୃଦ୍ଧି ପାଇଛି। ସେହିଭଳି ଭାରତ ଷ୍ଟେଜ୍‌-୬ ଯାନବାହନଗୁଡ଼ିକର ସାମୟିକ ପଞ୍ଜୀକରଣ, ଯାହା ମାର୍ଚ୍ଚ ୨୨ ତାରିଖରୁ ସରିଯାଇଛି, ସେ ଅବଧି ଜୁନ୍‌ ୩୦ ତାରିଖ ଯାଏ ବୈଧ ରହିବ। ଏତଦ୍‌ ବ୍ୟତୀତ ଫ୍ୟାନ୍ସି ଏବଂ ମନପସନ୍ଦର ଗାଡ଼ି ନମ୍ବର ପାଇଁ ଯେଉଁମାନେ ଆବେଦନ କରିଛନ୍ତି, ସେମାନେ ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ଗାଡ଼ି ପଞ୍ଜୀକରଣ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri