ଭୁବନେଶ୍ୱର,୩୧।୭(ଅନୁରାଧା ମହାରଣା): ଯୁକ୍ତ ୨ରେ ନାମଲେଖା ପାଇଁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ମନୋନୀତ ହୋଇନଥିବା ଆବେଦନକାରୀ କିମ୍ବା ଶିକ୍ଷାନୁଷ୍ଠାନ ପରିବର୍ତ୍ତନ କରିବାକୁ ଚାହଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ଜୁଲାଇ ୨୧ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଜଜୁଲାଇ ୨୭ରେ ଏହାର ମେଧା ତାଲିକା ପ୍ରକାଶ ପାଇଥିବାବେଳେ ୩୧ ସୁଦ୍ଧା ନାମଲେଖା ପ୍ରକ୍ରିୟା ସମାପ୍ତ ହେବାର ଥିଲା। ମାତ୍ର ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଥିବା କାରଣରୁ ଏହି ନାମଲେଖା ଅବଧିକୁ ଅଗଷ୍ଟ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଲନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଅବଗତ କରାଯାଇଛି।
ସାମସ୍ ପୋର୍ଟାଲ ତଥ୍ୟ ଅନୁସାରେ, ରାଜ୍ୟର ୨୧୬୬ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମୋଟ୍ ୫ ଲକ୍ଷ ୯ ହଜାର ୩୦୯ ସିଟ୍ରେ ନାମଲେକା ହେବାକୁଥିବାବେଳେ ୪ ଲକ୍ଷ ୭୨ ହଜାର ୨୭୯ ଜଣ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୭୬ ହଜାର ୮୯୧ ଜଣ ନାମ ଲେଖାଇଛନ୍ତି। ୧ ଲକ୍ଷ ୩୨ ହଜାର ୪୧୮ ସିଟ୍ ଖାଲି ରହିଛି। କଳାରେ ୨ ଲକ୍ଷ ୮୯ ହଜାର ୪୯୬ ସିଟ୍ ମଧ୍ୟରୁ ୨ ଲକ୍ଷ ୩୯ ହଜାର ୪୪୦ ସିଟ୍ରେ ନାମଲେଖା ହୋଇଛି। ୫୦ ହଜାର ୫୬ଟି ସିଟ୍ ଖାଲି ରହିଛି। ବିଜ୍ଞାନରେ ୧ଲକ୍ଷ ୫୭ ହଜାର ୨୪୧ ସିଟ୍ ମଧ୍ୟରୁ ୧ଲକ୍ଷ ୩ ହଜାର ୨୭୬ ସିଟ୍ର ନାମଲେଖା ହୋଇଛି। ୫୩ ହଜାର ୯୬୫ ସିଟ୍ ଖାଲି ରହିଛି। ବାଣିଜ୍ୟରେ ୩୯ ହଜାର ୨୪୪ ସିଟ୍ ମଧ୍ୟରୁ ୨୩ ହଜାର ୧୨୮ ସିଟରେ ନାମଲେଖା ହୋଇଥିବାବେଳେ ୧୬ ହଜାର ୨୧୬ ସିଟ୍ ଖାଲି ରହିଛି। ସଂସ୍କୃତରେ ୧୨ ହଜାର ୭୩୬ ଆସନ ରହିଥିବାବେଳେ ୬ ହଜାର ୫୫୦ ସିଟରେ ନାମ ଲେଖା ହୋଇଛି। ୬ହଜାର ୧୮୬ ସିଟ୍ ଖାଲି ରହିଛି। ଧନ୍ଦାମୂଳକ ବିଷୟରେ ୧୦ ହଜାର ୪୯୨ ସିଟ୍ ରହିଥିବାବେଳେ ୪ ହଜାର ୪୯୨ ସିଟରେ ନାମଲେଖା ହୋଇଛି। ୫ ହଜାର ୯୯୫ ସିଟ୍ ଖାଲି ରହିଛି।
ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ
ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…
ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍ ହେଉଛନ୍ତି ଛାତ୍ରୀଛାତ୍ର
ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…
ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି
ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…
ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ
ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…
ଏମ୍ଏମ୍ଡିଆର୍ ସଂଶୋଧନ ଆଇନକୁ ନେଇ ରାଜନୀତି
ଭୁବନେଶ୍ୱର,୨୩ା୮(ସୁନିତ୍ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍ଏମ୍ଡିଆର୍ ସଂଶୋଧନ ଆଇନ-୨୦୨୬ ବିଲ୍ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…
ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା
ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…
ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍ ଛାଡ଼ି…
ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…
କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…
ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…
Archives

