ବଢ଼ି ନ ପାରେ ଲକ୍‌ଡାଉନ ଅବଧି

ନୂଆଦିଲ୍ଲୀ,୩୧ା୩(ପି.ଟି.): ଦେଶରେ ଗତ ମଙ୍ଗଳବାରଠାରୁ ଲାଗୁ ହୋଇଥିବା ୨୧ ଦିନିଆ ଲକ୍‌ଡାଉନ ସମୟସୀମା ବୃଦ୍ଧି ପାଇପାରେ ବୋଲି ଗୁଜବ ପ୍ରଚାରିତ ହେଉଥିବାବେଳେ ସେଭଳି ଯୋଜନା ନ ଥିବା ସୋମବାର ସରକାର ସ୍ପଷ୍ଟ କରିଛନ୍ତି। ଲକ୍‌ଡାଉନ ସମୟ ବୃଦ୍ଧି ନେଇ କେତେକ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟକୁ କ୍ୟାବିନେଟ ସଚିବ ରାଜୀବ ଗୌବା ଖଣ୍ଡନ କରିଥିବା ପିଆଇବି ପକ୍ଷରୁ ଟୁଇଟ୍‌ କରାଯାଇଛି।
କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଥିଲେ। ଏହି ସମୟସୀମା ଶେଷ ହେବା ପରେ ଏହାକୁ ପୁଣି ବଢ଼ାଯିବ ବୋଲି କେତେକ ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେବେ ଏଭଳି ଖବର ଭିତ୍ତିହୀନ ବୋଲି ଗୌବା କହିଛନ୍ତି। ଲକ୍‌ଡାଉନ ଯୋଗୁ ଦିନମଜୁରିଆ ଓ ଦାଦନମାନେ କାମଧନ୍ଦା ହରାଇ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ନା ସେମାନଙ୍କ ହାତରେ କାମ ଅଛି ନା ଚଳିବା ପାଇଁ ପଇସା। ଘରକୁ ଫେରିବାକୁ ଚାହିଁଲେ ମଧ୍ୟ ସେମାନେ ଫେରିପାରୁ ନାହାନ୍ତି। ଲକ୍‌ଡାଉନ ଲାଗି ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ ପ୍ରଧାନମନ୍ତ୍ରୀ ରବିବାର ମନ୍‌ କୀ ବାତ୍‌ ରେଡିଓ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ କ୍ଷମା ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri