ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗଞ୍ଜାମକୁ ରେଡ୍‌ ଜୋନ୍‌; ମୟୂରଭଞ୍ଜ, ଜଗତସିଂହପୁରକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା

ଭୁବନେଶ୍ୱର,୭।୫(ବ୍ୟୁରୋ): ଗୋଟିଏ ଦିନରେ ଗଞ୍ଜାମରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୁବ୍‌ଶୀଘ୍ର ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହେବାରୁ ରାଜ୍ୟ ସରକାର ଜିଲାକୁ ଗୁରୁବାର ରେଡ୍‌ ଜୋନ୍‌ ଭାବେ ଘୋଷଣା କରିଛନ୍ତି। ସେହିଭଳି ମୟୂରଭଞ୍ଜ ଓ ଜଗତସିଂହପୁରକୁ ମଧ୍ୟ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆଗକୁ ଏହା ଆହୁରୀ ବଢ଼ିବ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜିଲାକୁ ରେଡ୍‌ ଜୋନ୍‌ ଘୋଷଣା କରାଯାଇଛି। ଏହାପରେ ଏଠାରେ ବିଭିନ୍ନ କଟକଣା ଲାଗିବ। ସେହିପରି ପୂର୍ବରୁ ଗ୍ରୀନ୍‌ ଜୋନ୍‌ରେ ଥିବା ମୟୂରଭଞ୍ଜରେ ଗୁରୁବାର ୩ଜଣ ଏବଂ ବୁଧବାର ଜଗତସିଂହପୁର ଜିଲାରେ ୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଜିଲାକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri