Posted inଫୁରସତ

ବଢୁଛନ୍ତି ମାନସିକ ରୋଗୀ

ନୂଆଦିଲ୍ଲୀ: ଅଧିକାଂଶ ଲୋକ ସୁସ୍ଥ ଶରୀର ପାଇଁ ଆବଶ୍ୟକ ଭିଟାମିନ୍‌ ଯୁକ୍ତ ଖାଦ୍ୟ ଖାଇବା ସହ ଫିଟ୍‌ ରହିବା ଲାଗି ଜିମ୍‌ ବା ଯୋଗ ଆଦି କରୁଥିବା ଦେଖାଯାଏ। ହେଲେ କେହି ମାନସିକ ସୁସ୍ଥତା ପ୍ରତି ଧ୍ୟାନ ଦେଇ ନ ଥାନ୍ତି। ଯାହାଫଳରେ ଏବେ ଦେଶରେ ମାନସିକ ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ଦେଖାଯାଉଛି। ପ୍ରତି ୭ ଜଣରେ ଜଣେ ଭାରତୀୟ ଗମ୍ଭୀର ମାନସିକ ରୋଗରେ ପୀଡ଼ିତ ଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ୧୯୯୦ରୁ ୨୦୧୭ ମସିହା (୨୭ ବର୍ଷ) ମଧ୍ୟରେ କରାଯାଇଥିବା ଏହି ଷ୍ଟଡିରୁ ଜଣାପଡ଼ିଛି, ଭାରତର ପାଖାପାଖି ୨୦କୋଟି ବା ମୋଟ ଜନସଂଖ୍ୟାର ୧୪.୩ ପ୍ରତିଶତ ଲୋକ ମାନସିକ ରୋଗରେ ପୀଡ଼ିତ। ସେମାନଙ୍କ ମଧ୍ୟରୁ ୪.୬କୋଟି ଡିପ୍ରେଶନ୍‌ ଓ ୪.୫ କୋଟି ବ୍ୟଗ୍ରତାର ଶିକାର ଥିବା ଜଣାପଡ଼ିଛି। ଏମ୍‌ସର ପ୍ରଫେସର୍‌ ତଥା ଏହି ଅଧ୍ୟୟନର ମୁଖ୍ୟ ଗବେଷକ ଡା. ରାଜେଶ ସାଗର କହିଛନ୍ତି, ବ୍ୟଗ୍ରତା ଓ ଡିପ୍ରେଶନ୍‌ର ମୁଖ୍ୟ କାରଣ ହେଉଛି ଚାପ। ସେହିପରି ଭୟ ଯୋଗୁ ପିଲାମାନଙ୍କ କ୍ଷେତ୍ରରେ ମାନସିକ ରୋଗର ସମସ୍ୟା ଦେଖାଯାଉଛି। ଏଥିସହ ସାମାଜିକ ଚାଲିଚଳଣିରେ ପରିବର୍ତ୍ତନ ମଧ୍ୟ ମାନସିକ ଚାପ ବଢ଼ାଉଥିବା ଏହି ଅଧ୍ୟୟନରୁ ଜଣାପଡ଼ିଛି। ପୂର୍ବରୁ ଯୌଥ ପରିବାର ଥିବାରୁ ଲୋକମାନେ ପରିବାର ଲୋକଙ୍କ ସହ ସମସ୍ୟା ସମ୍ପର୍କରେ ଆଲୋଚନା କରିପାରୁଥିଲେ, ଯାହା ଏବେ ଏକକ ପରିବାର ଯୋଗୁ ସମ୍ଭବ ହୋଇପାରୁନି। ଏଥିସହ ଭାରତରେ ଆତ୍ମହତ୍ୟାର ପ୍ରମୁଖ କାରଣ ମାନସିକ ଚାପ ବୋଲି ଜଣାପଡ଼ିଛି। ୧୯୯୦ରୁ ୨୦୧୭ ମଧ୍ୟରେ ମାନସିକ ରୋଗ ଦୁଇଗୁଣା ବଢ଼ିଥିବା ବେଳେ ଏହାକୁ ନିୟନ୍ତ୍ରଣ କରିବା ପାଇଁ ସ୍ବତନ୍ତ୍ର ରଣନୀତି ଆପଣେଇବା ଆବଶ୍ୟକ


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri