ବଢୁଛି ଚୋରା କାଠ ଚାଲାଣ, ବିଭାଗ ନୀରବ

ବଇଣ୍ଡା,୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଧୀନସ୍ଥ ଧଣ୍ଡାତୋପା ରେଞ୍ଜ କନ୍ତପଡ଼ା ଗ୍ରାମ ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ଅବାଧ କାଠ ଚାଲଣ ହେଉଥିବା ଅଭିଯୋଗ ହୋଇଛି। ପ୍ରତିଦିନ ଟ୍ରିପ ଟ୍ରିପ କାଠ ବାହାରକୁ ଚାଲାଣ ହେଉଥିବାବେଳେ ଜଙ୍ଗଲ ଧ୍ୱଂସ ହେବାକୁ ବସିଛି। ଏ ନେଇ ବନବିଭାଗକୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଯୋଗୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଜଙ୍ଗଲକୁ ସୁରକ୍ଷା ଦେବା ପାଇଁ ଶୁକ୍ରବାର ଗ୍ରାମବାସୀ ଡାକ ଯୋଗେ ଅନୁଗୋଳ ଜିଲାପାଳଙ୍କୁ ଅଭିଯୋଗ କରିଛନ୍ତି।
ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ୧୯୯୦ରେ ବନବିଭାଗ ପକ୍ଷରୁ ଏହି ଜଙ୍ଗଲରେ ୧୨୮୦୦ ଶାଗୁଆନ, ଶିଶୁ, ଶାଳ ଚାରା ରୋପଣ କରାଯାଇଥିଲା। ଏବେ ତାହା ଘଞ୍ଚ ଜଙ୍ଗଲରେ ପରିପୂର୍ଣ୍ଣ ହୋଇଛି। ତେବେ ଏହି ଜଙ୍ଗଲ ଉପରେ ଏବେ କାଠ ଚୋରଙ୍କ ନଜର ପଡ଼ିଛି। ପ୍ରତିଦିନ ବାହାର ଜିଲାର କାଠ ଚୋରାମାନେ ସ୍ଥାନୀୟ କେତେକ କାଠ ଚୋରଙ୍କ ସହାୟତାରେ ଶାଗୁଆନ, ଶାଳ ଗଛ ଗୁଡ଼ିକୁ କଟର ମାଧ୍ୟମରେ କାଟି ଗଣ୍ଡି ନିର୍ମାଣ କରୁଛନ୍ତି। ପରେ ଜଙ୍ଗଲରେ ଥିବା କେତେକ ଅସ୍ଥାୟୀ ଗୁପ୍ତ କୋଠରୀ ଗୁଡ଼ିକରେ କରତ ମାଧ୍ୟମରେ ପଟା କରି ଗାଡ଼ି ଯୋଗେ ବାହାରକୁ ଚାଲାଣ କରୁଛନ୍ତି। ବନବିଭାଗର କେତେକ କର୍ମଚାରୀଙ୍କୁ ହାତ କରି ବିଳମ୍ବିତ ରାତିରେ ଜିଲା ବାହାରକୁ ଚାଲାଣ କରୁଛନ୍ତି। ସେହିପରି ଉକ୍ତ ଜଙ୍ଗଲରେ ମାଓବାଦୀ ଚଳପ୍ରଚଳ କରୁଥିବା ଯୋଗୁ ଭୟରେ ବନବିଭାଗ କର୍ମଚାରୀମାନେ ଯାଉ ନ ଥିବା ସହ ରାତ୍ର ପାଟ୍ରୋଲିଂ କରୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ଏଥିପ୍ରତି ବନବିଭାଗର ଉଚ୍ଚ ପଦାଧିକାରୀ ଦୃଷ୍ଟି ଦେଇ ପଦକ୍ଷେପ ନ ନେଲେ ଆଗାମୀ ଦିନରେ ଜଙ୍ଗଲ ପଦା ହୋଇଯିବ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି। ଏ ନେଇ ଧଣ୍ଡାତୋପା ରେଞ୍ଜର ରାହାସ ସାହୁ କହିଛନ୍ତି, ଜଙ୍ଗଲ ସୁରକ୍ଷା ପାଇଁ ଏକ ଟିମ ଗଠନ କରାଯାଇଛି। ନିୟମିତ ବ୍ୟବଧାନରେ ଚଢାଉ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା

ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri