Posted inଜାତୀୟ

କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ଲକ୍ଷ ଲକ୍ଷ ପଦବୀ ଖାଲି

ନୂଆଦିଲ୍ଲୀ,୨୩।୧: ଦେଶରେ ବେକାରଙ୍କ ସଂଖ୍ୟା ଦିନ କୁ ଦିନ ବଢ଼ି ଚାଲିଛି। ଚାକିରି ପାଇଁ ଆଶାୟୀଙ୍କ ମଧ୍ୟରେ ହାହାକାର ଦେଖାଦେଇଛି। ତେବେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ୬ ଲକ୍ଷ ୮୫ ହଜାର ଚାକିରି ଖାଲି ପଡ଼ିଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଗ୍ରୁପ୍‌ ସିରେ ୫ ଲକ୍ଷ ୭୫ ହଜାର, ଗ୍ରୁପ୍‌ ବିରେ ୯୦ ହଜାର ଏବଂ ଗ୍ରୁପ୍‌ ଏରେ ୨୦ ହଜାର ପଦବୀ ପୂରଣ ହୋଇପାରିନି। ଏସବୁ ପଦବୀ ଶୀଘ୍ର ପୂରଣ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। କାର୍ମିକ ଏବଂ ପ୍ରଶିକ୍ଷଣ ବିଭାଗକୁ ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାନୁୟାରୀ ୨୧ରେ ଚିଠି ଲେଖାଯାଇଛି। ସୂଚନାଯୋଗ୍ୟ,ଦେଶର ଯୁବବର୍ଗଙ୍କ ମଧ୍ୟରେ ଚାକିରି ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ସରକାରଙ୍କ ବିଭିନ୍ନ ଆର୍ଥିକ ନୀତିର ନକାରାତ୍ମକ ପ୍ରଭାବ ଯୋଗୁ ବହୁ ଲୋକ ଛଟେଇ ହୋଇଛନ୍ତି। ବେକାରୀ ସମସ୍ୟା ଯୋଗୁ କେତେକ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି) ପକ୍ଷରୁ ଜାରି ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୮ରେ ସର୍ବାଧିକ ଅଧିକ ବେକାର ଆତ୍ମହତ୍ୟା କରିଥିବା ଏଥିରେ ଦର୍ଶାଯାଇଛି। ଏହି ବର୍ଷରେ ମୋଟ ୨୬ ହଜାର ୮୫ ଜଣ ଲୋକ ବେକାରୀ ଯୋଗୁ ଆତ୍ମହତ୍ୟା କରିଥିଲେ। ଫଳରେ ପ୍ରତିଦିନ ହାରାହାରି ୩୫ ଜଣ ବେକାର ଏବଂ ବିଭିନ୍ନ ବ୍ୟବସାୟ ସହିତ ସମ୍ପୃକ୍ତ ଥିବା ୩୬ ଜଣ ଲୋକ ଆତ୍ମହତ୍ୟା କରିଥିବା ନେଇ ତଥ୍ୟ ପ୍ରକାଶ ପାଇଛି। ୨୦୧୮ରେ ୧୨ ହଜାର ୯ ଶହ ୩୬ ଜଣ ବେକାର ଏବଂ ବିଭିନ୍ନ ବ୍ୟବସାୟ ସହିତ ସମ୍ପୃକ୍ତ ଥିବା ୧୩ ହଜାର ଶହେ ୪୯ ଜଣ ଆତ୍ମହତ୍ୟା କରିଥିଲେ। ବେକାର ଏବଂ ବ୍ୟବସାୟ ସହିତ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ଆତ୍ମହତ୍ୟା ସଂଖ୍ୟା ଚାଷୀଙ୍କ ଆତ୍ମହତ୍ୟା ତୁଳନାରେ ଯଥେଷ୍ଟ ଅଧିକ ଥିବା ଏହି ରିପୋର୍ଟରେ କୁହାଯାଇଛି। ୨୦୧୮ ବର୍ଷରେ ୧୦ ହଜାର ୩ଶହ ୪୯ ଚାଷୀ ଆତ୍ମହତ୍ୟା କରିଥିବା ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୮ରେ ବେକାରୀ ସଂଖ୍ୟା ୬.୩୮ ପ୍ରତିଶତ ଥିବାବେଳେ ୨୦୧୯ ଫେବୃୟାରୀ, ଜୁନ୍‌ ଏବଂ ଅକ୍ଟୋବରରେ ଏହା ଯଥାକ୍ରମେ ୭.୨୦ ପ୍ରତିଶତ, ୭.୮୭ ପ୍ରତିଶତ ଏବଂ ୮.୧ ପ୍ରତିଶତ ଥିଲା। ସେହିପରି ୨୦୧୮ରେ ଗ୍ରାମୀଣ ଅଞ୍ଚଳ ତୁଳନାରେ ସହରରେ ଅଧିକ ବେକାର ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି। ସହରରେ ବେକାରୀଙ୍କ ସଂଖ୍ୟା ୮.୫ ପ୍ରତିଶତ ଥିବାବେଳେ ଦେଶର ଗ୍ରାମୀଣ ଅଞ୍ଚଳରେ ଏହା ୭.୯ ରହିଥିବା ଏଥିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରମଣି ସ୍କୁଲ ଚୋରି ଘଟଣା; ୱାଚମ୍ୟାନକୁ ଉଠାଇନେଲା ଧାମନଗର ପୋଲିସ

ତିହିଡ଼ି,୧।୬(କାଳନ୍ଦୀ ବେହେରା): ଧାମନଗର ଥାନା ଅନ୍ତର୍ଗତ ଇନ୍ଦ୍ରମଣି ଉଚ୍ଚ ବିଦ୍ୟାପୀଠରେ ଘଟିଥିବା ବଡ଼ଧରଣର ଚୋରି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ବିଦ୍ୟାଳୟରୁ ଇନଭର୍ଟର, ଦୁଇଟି…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ…

ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ

କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri