ବଣପାରିଆ ଗାଁ ପୋଖରୀରେ ବିଦେଶୀ ପକ୍ଷୀ

ଖଇରା, ୨।୧(ଡି.ଏନ.ଏ)-ବାଲେଶ୍ୱର ଜିଲା ଖଇରା ବ୍ଲକ ସୋର-କୁପାରୀ ରାସ୍ତାର ଅନତିଦୂରରେ ଥିବା ବଣପାରିଆ ପୋଖରୀକୁ ବିଦେଶୀ ପକ୍ଷୀଙ୍କ ଆଗମନ ପରିବେଶକୁ ଆକର୍ଷଣୀୟ କରିଛି । ପ୍ରତିବର୍ଷ ଶୀତଋତୁ ହେଲେ ଏହି ପୋଖରୀକୁ ଦଳ ଦଳ ହୋଇ ଏହି ପକ୍ଷୀମାନେ ଖାଦ୍ୟ ଅନ୍ବେଷଣ ସହ ତଥା ଅଣ୍ଡା ଦେବା ପାଇଁ ଆସିଥାନ୍ତି । କେହି କେହି ଏହାକୁ ସାଇବେରିଆନ ପକ୍ଷୀ ବୋଲି କହିଥାନ୍ତି । ଅଣ୍ଡାରୁ ଛୁଆ ଫୁଟି ବଡ ହେବା ପରେ ପକ୍ଷୀମାନେ ଉଡି ତାଙ୍କ ପୂର୍ବସ୍ଥାନକୁ ପଲାଇଯାଇଥାନ୍ତି। ତେବେ ଏହି ସ୍ଥାନ ନୂତନ ପକ୍ଷୀ ପାଇଁ ଧୀରେ ଧୀରେ ଅସୁରକ୍ଷିତ ହୋଇପଡିଥିବାରୁ ପରିବେଶବିତ୍‌ ତଥା ଗ୍ରାମବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି । ତୁରନ୍ତ ସେମାନଙ୍କ ସୁରକ୍ଷା ପାଇଁ ସରକାର ଧ୍ୟାନ ଦେବା ଦରକାର ବୋଲି ଏହି ଗ୍ରାମର ବାସିନ୍ଦା ତଥା ନଛିପୁର ହାଇସ୍କୁଲର ପ୍ରଧାନଶିକ୍ଷକ ରାମଚନ୍ଦ୍ର ପତ୍ରୀ କହିଛନ୍ତି। ଏହି ବିଦେଶାଗତ ପକ୍ଷୀଗୁଡିକ ଡିସେମ୍ବରରୁ ଆସି ମାର୍ଚ୍ଚରୁ ଏପ୍ରିଲ ପର୍ଯ୍ୟନ୍ତ ରହିଥାନ୍ତି। ସେଠିକାର ପିଲାମାନେ ଢେଲା, ପଥର ଫୋପାଡି ସେମାନଙ୍କ ଚଳାଚଳରେ ବାଧା ଦେଇଥାନ୍ତି । ଜଙ୍ଗଲ ଓ ପରିବେଶ ବିଭାଗ ଏହାକୁ ଗୁରୁତର ସହ ବିଚାର କରି କିଭଳି ସର୍ବସାଧାରଣଙ୍କ ନିମନ୍ତେ ସଚେତନ ଫଳକ ଲଗାଯାଇପାରିବ ଏବଂ ପକ୍ଷୀମାନଙ୍କୁ କ୍ଷତି ପହଞ୍ଚାଉଥିବା ବ୍ୟକ୍ତବିଶେଷଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇପାରିବ ସେଥିପ୍ରତି ଧ୍ୟାନ ଦେବା ଦରକାର ବୋଲି ଗ୍ରାମର ଭାଗୀରଥି ପାଢୀ କହିଛନ୍ତି । ଏ ସମ୍ପର୍କରେ କୁପାରୀ ଫରେଷ୍ଟର କିଶୋର ଚନ୍ଦ୍ର ଭୂୟାଁଙ୍କ ମତାମତ ନେବାରେ ଏଥିଲାଗି ଜଣେ ଗାର୍ଡକୁ ମୁତୟନ କରାଯିବା ତଥା ସଚେତନତାଫଳକ ଲଗାଇବାକୁ ବ୍ୟବସ୍ଥା କରାଯାଉଛି ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri