ବଣାଇ ବିଧାୟକଙ୍କ ପିଏସ୍‌ଓଙ୍କ ଆତ୍ମହତ୍ୟା: ସର୍ଭିସ ରିଭଲଭର୍‌ରୁ ନିଜକୁ କଲେ ଗୁଳି

ବଣାଇଁ, ୧୮।୬(ସ୍ବ.ପ୍ର.)- ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଲହୁଣିପଡ଼ା ଥାନା ଅନ୍ତର୍ଗତ କୁର୍ଡା ଗ୍ରାମରେ ଥିବା ନିଜ ବାସଭବନରେ ଗୁରୁବାର ସକାଳୁ ଛାତ ଉପରକୁ ଯାଇ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡିଛି। ପ୍ରାଥମିକ ତଦନ୍ତରୁ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିଲେ ହେଁ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

ପ୍ରକାଶ ଯେ, ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ପିଏସ୍‌ଓ ଭାବେ ଡମ୍ବରୁ ସାହୁ ମୁତୟନ ଥିଲେ । ଗତ କିଛି ଦିନ ହେଲା ସେ ନିଜର ବିବାହ ଠିକ୍‌ ହେବା ନେଇ ଛୁଟି ନେଇଥିଲେ । ତେବେ ଆଜି ତାଙ୍କର ବିବାହ ଚୁଡାନ୍ତ କରିବା ପାଇଁ ପରିବାର ତରଫରୁ ଘଟଗାଁ ତାରିଣୀ ମନ୍ଦିରକୁ ଯିବାକୁ ଦିନ ଧାର୍ଯ୍ୟ ମଧ୍ୟ ହୋଇଥିଲା । ହେଲେ ହଠାତ ସକାଳେ ଛାତ ଉପରେ ବନ୍ଧୁକ ଚାଳନା ଶବ୍ଦ ଶୁଣାଯାଇଥିଲା। ଡମ୍ବରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡି ଛଟପଟ ହେଉଥିବା ପରିବାରଲୋକେ ଓ କିଛି ଗ୍ରାମବାସୀ ଦେଖିବାକୁ ପାଇଥିଲେ । ତୁରନ୍ତ ତାଙ୍କୁ ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ବଣାଇଁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୟଦ ମଜବୁର୍‌ ରେହମାନ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବଣାଇଁ ଅତିରିକ୍ତ ଜିଲାପାଳ ରବିନ୍ଦ୍ର କୁମାର ସେଠୀ ମାଜିଷ୍ଟେଟ୍‌ ଭାବେ ଉପସ୍ଥିତ ରହି ବ୍ୟବଚ୍ଛେଦ କରୁଥିବା ଜଣାପଡ଼ିଛି । ତେବେ ପୋଲିସ ଏହାକୁ ଏକ ଦୁର୍ଘଟଣା ଜନିତ ମୃତ୍ୟୁ କହି ରିଭଲଭର୍‌ ସଫା କରିବା ସମୟରେ ଅଘଟଣ ବୋଲି ସୂଚନା ଦେଇଛନ୍ତ। ମୃତ ଡମ୍ବରୁଙ୍କର ପରିବାରରେ ପାଞ୍ଚ ଭଉଣୀ (ସମସ୍ତେ ବିବାହିତ ), ଜଣେ ସାନ ଭାଇ ଓ ମା ଅଛନ୍ତି। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri