ବଦଳିକୁ ବିରୋଧ;ସୁଭାଷ ଗର୍ଗ ଭିଆର୍‌ଏସ୍‌ ନେବେ

ନୂଆଦିଲ୍ଲୀ,୨୬-୭: ରାଜସ୍ଥାନ କ୍ୟାଡର ଆଇଏଏସ୍‌ ଅଧିକାରୀ ସୁଭାଷ ଚନ୍ଦ୍ର ଗର୍ଗ ବିଭାଗ ବଦଳିବାର ଦିନକ ପରେ ସ୍ବେଚ୍ଛା ଅବସର ଯୋଜନା(ଭିଆର୍‌ଏସ୍‌)ରେ ଆବେଦନ କରିଛନ୍ତି। ତାଙ୍କୁ ବୁଧବାର ଅର୍ଥ ମନ୍ତ୍ରଣାଳୟରୁ ହଟାଇ ଶକ୍ତି ମନ୍ତ୍ରଣାଳୟର ସଚିବ ଭାବେ ନିଯୁକ୍ତ କରାଯାଇଥିଲା। ଏଥିପୂର୍ବରୁ ସେ ଅର୍ଥ ମନ୍ତ୍ରଣାଳୟର ସଚିବ ଥିଲେ। ଆସନ୍ତାବର୍ଷ ଅକ୍ଟୋବରରେ ସେ ଅବସର ନେଇଥାନ୍ତେ। ଦୀର୍ଘ ୧୯ ବର୍ଷ ପରେ ପ୍ରଥମ ଅର୍ଥ ସଚିବ ଭାବେ ସେ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ନିବେଶ ଏବଂ ରାଷ୍ଟ୍ରାୟତ୍ତ ସମ୍ପତ୍ତି ପରିଚାଳନା ବିଭାଗ ସଚିବ ଅତନୁ ଚକ୍ରବର୍ତ୍ତୀଙ୍କୁ କେନ୍ଦ୍ର ସରକାର ଆର୍ଥିକ ବ୍ୟାପାର ବିଭାଗ ସଚିବ ଭାବେ ନିଯୁକ୍ତ କରିଛନ୍ତି। ବିଭାଗ ବଦଳିବା କାରଣରୁ ଗର୍ଗ ବେଶ ଅସନ୍ତୁଷ୍ଟ ଥିଲେ ବୋଲି ମନେ କରାଯାଉଛି। ଅର୍ଥ ମନ୍ତ୍ରଣାଳୟରେ ସେ ସର୍ବବରିଷ୍ଠ ଥିଲେ। ସେ ଆର୍ଥିକ ନୀତି ଏବଂ ଆର୍‌ବିଆଇ ସମ୍ପର୍କିତ ମାମଲା ଦାୟିତ୍ୱରେ ଥିଲେ। ବଜେଟ ପ୍ରସ୍ତୁତ ପ୍ରକ୍ରିୟାରେ ସେ ସାମିଲ ହୋଇଥିଲେ। ଅର୍ଥ ମନ୍ତ୍ରଣାଳୟରେ ତାଙ୍କୁ ହାଇପ୍ରୋଫାଇଲ ଅଧିକାରୀ ମନେ କରାଯାଉଥିଲା। ଏହା ତୁଳନାରେ ଶକ୍ତି ମନ୍ତ୍ରଣାଳୟ ଗୁରୁତ୍ୱ କମ୍‌ ବୋଲି କୁହାଯାଉଛି। ମିଡିଆ ରିପୋର୍ଟ ଅନୁଯାୟୀ ଗର୍ଗ ଗୁରୁବାର ସକାଳେ ଅର୍ଥ ମନ୍ତ୍ରଣାଳୟରେ ପହଞ୍ଚତ୍ଥିଲେ ଓ ଦ୍ୱିପ୍ରହରରେ ଚାଲିଯାଇଥିଲେ। ତେବେ ସରକାର ତାଙ୍କ ଭିଆର୍‌ଏସ୍‌ ଆବେଦନକୁ ସ୍ବୀକାର କରାଯିବା ନେଇ ଏବେ କିଛି ସ୍ପଷ୍ଟ ହୋଇନାହିଁ। ନିୟମ ଅନୁଯାୟୀ ନୋଟିସ ଦେବାର ୩ ମାସ ଅଥବା ଆବେଦନ ଗ୍ରହଣ ପର୍ଯ୍ୟନ୍ତ ନୋଟିସ ଅବଧିରେ ନିଜର ସେବା ଦେବାକୁ ହେବ। ୧୯୮୩ ରାଜସ୍ଥାନ କ୍ୟାଡର ଆଇଏଏସ୍‌ ଅଧିକାରୀ ଗର୍ଗ ୨୦୧୭ରେ ଆର୍ଥିକ ବ୍ୟାପାର ସଚିବ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ୨୦୧୮ ଡିସେମ୍ବରରେ ତାଙ୍କୁ ଅର୍ଥ ସଚିବ ଭାବେ ନିଯୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri