Posted inଖେଳ

ବଦଳିପାରେ ଓଭରଥ୍ରୋ ନିୟମ

ଲଣ୍ଡନ,୨୦।୭(ପି.ଟି.)- କ୍ରିକେଟ ନିୟମ ପ୍ରସ୍ତୁତକାରୀ ମାରିଲେବୋନ କ୍ରିକେଟ କ୍ଲବ (ଏମ୍‌ସିସି) ଓଭରଥ୍ରୋ ନିୟମରେ ପରିବର୍ତ୍ତନ କରିପାରେ। ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡ ମଧ୍ୟରେ ବିଶ୍ୱକପ୍‌ ଫାଇନାଲରେ ଓଭରଥ୍ରୋ ବିବାଦ ଉପୁଯିବା ପରେ ଏହି ନିୟମ ଉପରେ ବିଚାର କରାଯିବା ନେଇ ଏକ ଖବରକାଗଜ ରିପୋର୍ଟରେ ପ୍ରକାଶ ପାଇଛି। ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ର ଅନ୍ତିମ ଓଭରରେ ହୋଇଥିବା ଓଭରଥ୍ରୋ ନ୍ୟୁଜିଲାଣ୍ଡର ଦୁର୍ଭାଗ୍ୟଜନକ ପରାଜୟର କାରଣ। ମାର୍ଟିନ ଗୁପ୍‌ଟିଲଙ୍କ ଥ୍ରୋ ବେନ ଷ୍ଟୋକ୍ସଙ୍କ ବ୍ୟାଟ୍‌ରେ ବାଜିବା ପରେ ବଲ ବାଉଣ୍ଡରି ସୀମା ଅତିକ୍ରମ କରିଯାଇଥିଲା। ଅନ୍‌ଫିଲ୍ଡ ଅମ୍ପାୟର କୁମାର ଧର୍ମସେନା ଓ ମାରିଅସ ଇରାସମୁସ ଏହାକୁ ଚୌକା ବୋଲି ଘୋଷଣା କରିଥିଲେ। ଯାହାଫଳରେ ମ୍ୟାଚ୍‌ର ଫଳାଫଳ ପାଇଁ ସୁପର ଓଭର ଖେଳାଯାଇଥିଲା ଓ ପରେ ଇଂଲଣ୍ଡ ଟ୍ରଫି ହାତେଇ ନେଇଥିଲା। କିନ୍ତୁ ଆଇସିସି ଏଲାଇଟ ପ୍ୟାନେଲ ଅମ୍ପାୟର ସାଇମନ ଟଫେଲ କହିଛନ୍ତି, ନିୟମ ଅନୁଯାୟୀ ଅମ୍ପାୟରମାନେ ଇଂଲଣ୍ଡକୁ ୬ ରନ୍‌ ପରିବର୍ତ୍ତେ ୫ ରନ୍‌ ଦେବା କଥା। କାରଣ ଡିପ୍‌ ଅଞ୍ଚଳରୁ ଗୁପ୍‌ଟିଲ ଥ୍ରୋ କରିବା ପୂର୍ବରୁ ବ୍ୟାଟ୍ସମ୍ୟାନମାନେ ଦ୍ୱିତୀୟ ରନ୍‌ ପୂରଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri