Posted inଜାତୀୟ

ବଦଳିବ ଜେଲ ମାନୁଆଲ୍‌: ବନ୍ଦୀଙ୍କୁ ଜାତି ଆଧାରରେ କାମ ବାଣ୍ଟିବା ବନ୍ଦ

ନୂଆଦିଲ୍ଲୀ,୪ା୧୦(ପି.ଟି.):ଦେଶର ୧୧ ରାଜ୍ୟରେ ଜେଲ୍‌ ନିୟମାବଳୀରେ ରହିଥିବା ଜାତିଭିତ୍ତିକ ପକ୍ଷପାତିତାକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଉକ୍ତ ମାନୁଆଲ ଅନୁଯାୟୀ ବନ୍ଦୀମାନଙ୍କୁ କାର୍ଯ୍ୟ ବଣ୍ଟନ ବେଳେ ସେମାନଙ୍କୁ ଜାତିକୁ ଆଧାରକରି ପକ୍ଷପାତ କରାଯାଉଥିଲା ଓ ଅଲଗା ଓ୍ବାର୍ଡରେ ପୃଥକ ରଖାଯାଉଥିଲା। ୩ ମାସ ମଧ୍ୟରେ ଜେଲ ନିୟମାବଳୀରେ ପରିବର୍ତ୍ତନ ଆଣିବା ପାଇଁ ସୁପ୍ରିମକୋର୍ଟ ଉକ୍ତ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ଶୁଣାଣି ବେଳେ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ଜେ.ବି. ପର୍‌ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କ ଖଣ୍ଡପୀଠ କହିଛନ୍ତି, ପକ୍ଷପାତର ପ୍ରତିକାର ପାଇଁ ରାଷ୍ଟ୍ରର ସକାରାତ୍ମକ ଦାୟିତ୍ୱ ରହିଛି। ଜେଲ ଭିତରେ ଜାତି ଆଧାରିତ ପାତରଅନ୍ତର ଦୂର କରିବା ନିମନ୍ତେ ଖଣ୍ଡପୀଠ ଅନେକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନର ଜେଲ ମାନୁଆଲରେ ରହିଥିବା ବ୍ୟବସ୍ଥା ଅସାମ୍ବିଧାନିକ। ସମସ୍ତ ରାଜ୍ୟଙ୍କୁ ସେମାନଙ୍କ ଜେଲ ମାନୁଆଲରେ ପରିବର୍ତ୍ତନ କରିବାକୁ ନିର୍ଦ୍ଦେଶ ଦିଆଯାଉଛି ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ସେହିପରି ରାଜ୍ୟ ଜେଲ ନିୟମାବଳୀରେ ଅଭ୍ୟାସଗତ ଅପରାଧୀ ଶବ୍ଦ ଜାତି ଆଧାରିତ ହୋଇଥିଲେ, ତାହା ମଧ୍ୟ ଅସାମ୍ବିଧାନିକ ବୋଲି ସିଜେଆଇ କହିଛନ୍ତି। ଜେଲଗୁଡ଼ିକରେ ଜାତି ଆଧାରରେ ବନ୍ଦୀମାନଙ୍କ ପ୍ରତି ପକ୍ଷପାତ କରାଯାଉଥିବା ଜାଣିବା ପରେ ସର୍ବୋଚ୍ଚ ଅଦାଲତ ଏହାକୁ ନିଜ ଆଡ଼ୁ ବିଚାର ପାଇଁ ଗ୍ରହଣ କରିଥିଲେ। ରାୟର ଅନୁପାଳନ ରିପୋର୍ଟ ଦାଖଲ କରିବାକୁ ଖଣ୍ଡପୀଠ ରାଜ୍ୟଗୁଡ଼ିକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NEET Leak; ରାଜନାଥଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ, ଘୋଷଣା କରି କହିଲେ….

ନୂଆଦିଲ୍ଲୀ, ୨୮।୫: NEET ପେପର୍ ଲିକ୍ ବିବାଦ ପରେ, କେନ୍ଦ୍ର ସରକାର ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁରକ୍ଷିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ବିଚାର…

ଇସ୍ତଫା ଦେବା ପରେ କେତେ ପେନସନ ପାଇବେ ସିଦ୍ଦାରାମାୟା, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କେଉଁ ସବୁ ସୁବିଧା ମିଳେ ଜାଣନ୍ତୁ…

ବେଙ୍ଗାଲୁରୁ, ୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ରାଜନୈତିକ ସସ୍‌ପେନ୍ସ ଏବେ ଶେଷ ହୋଇଛି। ସୂତ୍ର ଅନୁସାରେ ସିଦ୍ଦାରାମାୟା ଆଜି ଇସ୍ତଫା ଦେଇପାରନ୍ତି। ଏହି ସମୟରେ, ସିଦ୍ଦାରାମାୟା…

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର…

କ୍ଷମତା ହସ୍ତାନ୍ତର ଘୋଷଣା କଲେ ସିଦ୍ଦାରାମାୟା , କହିଲେ-ରାହୁଲ ଗାନ୍ଧୀ ଯାହା କହିବେ ମୁଁ ତାହା କରିବି…

ବେଙ୍ଗାଲୁରୁ, ୨୮।୫: କର୍ନାଟକ କଂଗ୍ରେସ ସରକାର ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା କ୍ଷମତା ହସ୍ତାନ୍ତର ଏବେ ପଥ ପରିଷ୍କାର କରିଛି। ସୂତ୍ର ଅନୁଯାୟୀ, ଦିଲ୍ଲୀରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଦେଢ ବର୍ଷ ସରକାରରେ ଏତେ ଦେଶ ଉପରେ ଆକ୍ରମଣ କରିଛନ୍ତି ଟ୍ରମ୍ପ, ଜାଣିଲେ ତାଜୁବ ହେବେ…

ଓ଼୍ବାଶିଂଟନ,୨୮।୫: ରାଷ୍ଟ୍ରପତି ହେବା ପରଠାରୁ, ଟ୍ରମ୍ପ ଦେଶଗୁଡ଼ିକର ଏକ ଆଶ୍ଚର୍ଯ୍ୟଜନକ ତାଲିକା ପ୍ରସ୍ତୁତ କରିଛନ୍ତି ଯେଉଁ ଦେଶଗୁଡ଼ିକୁ ସେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି ଏବଂ କିଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri