Posted inଖେଳ

ବଦଳିଲା ଆରସିବି ଲୋଗୋ

ବାଙ୍ଗାଲୋର,୧୪।୨- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଶୁକ୍ରବାର ତା’ର ନୂଆ ଲୋଗୋ ଉନ୍ମୋଚନ କରିଛି। ଆଇପିଏଲର ୧୩ତମ ସଂସ୍କରଣ ପୂର୍ବରୁ ଆରସିବି ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଫ୍ରାଞ୍ଚାଇଜ ସୋସିଆଲ ମିଡିଆରୁ ପ୍ରୋଫାଇଲ ଇମେଜ ସମେତ କିଛି ପୁରୁଣା ପୋଷ୍ଟ ଡିଲେଟ୍‌ କରିବାର କିଛି ଦିନ ପରେ ଏହି ଘୋଷଣା କରାଯାଇଛି। ସୋସିଆଲ ମିଡିଆର ବିଭିନ୍ନ ପୋଷ୍ଟ ହଟା ଯିବା ଉପରେ ଦଳର ଅଧିନାୟକ ବିରାଟ କୋହଲି, ବରିଷ୍ଠ ବ୍ୟାଟ୍ସମ୍ୟାନ ଏବି ଡିଭିଲିୟର୍ସ ଓ ସ୍ପିନର ୟୁଜବେନ୍ଦ୍ର ଚହଲ ଆଶ୍ଚର୍ଯ୍ୟ ପ୍ରକାଶ କରିଥିଲେ। ଟୁଇଟରରେ ଏକ ଭିଡିଓ ଶେୟାର କରାଯାଇଛି। ଯେଉଁଥିରେ ଆରସିବିର ନୂଆ ଲୋଗୋ ଦେଖିବାକୁ ମିଳୁଛି। ଏହାର କ୍ୟାପଶନରେ ଲେଖା ରହିଛି, ବହୁ ପ୍ରତିକ୍ଷା ପରେ ନୂଆ ଆରସିବି ଓ ନୂଆ ଲୋଗୋ ଆସିଛି। ଏହି ଅବସରରେ ଫ୍ରାଞ୍ଚାଇଜ ଚେୟାରମ୍ୟାନ ସଞ୍ଜୀବ ଗୋଏଙ୍କା କହିଛନ୍ତି, ନିରବିଚ୍ଛିନ୍ନ ଭାବେ ମନୋରଞ୍ଜନ ଓ ଆରସିବି ପଛରେ ଥିବା ପ୍ରଶଂସକଙ୍କ ଭରସାକୁ ଆମ ଲୋଗୋ ଦର୍ଶାଉଛି। ଦଳୀୟ ଆବଶ୍ୟକତା ପାଇଁ ପରିଚୟରେ ପରିବର୍ତ୍ତନ କରୁଛୁ। ନୂଆ ସିଜନ ପୂର୍ବରୁ ଆରସିବି ତା’ର ନାମ ଓ ଜର୍ସିରେ ପରିବର୍ତ୍ତନ କରିପାରେ ବୋଲି କିଛି ରିପୋର୍ଟ ପ୍ରକାଶ ପାଇଥିଲା। ତେବେ ଏ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri