Posted inଜାତୀୟ

ବଦଳିଲା ଶାହଙ୍କ ଠିକଣା

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ଗୁରୁ ଦାୟିତ୍ୱ ବହନ କରିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଠିକଣା ଏବେ ବଦଳି ଯିବ। ୧୧, ଆକବର ରୋଡ ବଦଳରେ ଏବେ ଶାହ ରହିବେ ୬ଏ, କ୍ରିଷ୍ଣା ମେନନ ମାର୍ଗ ରେସିଡେନ୍ସରେ। ପୂର୍ବରୁ ଏହା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କୁ ଦିଆଯାଇଥିବା ବେଳେ ଏବେ ହାଉସିଂ ଆଣ୍ଡ ଅର୍ବାନ୍‌ ଆଫେୟାର୍ସ ମିନିଷ୍ଟ୍ରି ଦ୍ୱାରା ଏହା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ମିଳିଛି। ଏହା ଶାହଙ୍କ ଉତ୍ତର ବ୍ଲକରେ ଥିବା କାର୍ଯ୍ୟାଳୟ ନିକଟରେ ହୋଇଥିବା ବେଳେ ଏଠାରେ ସୁରକ୍ଷା ବ୍ୟବସ୍ଥା ମଧ୍ୟ ବଢାଇ ଦିଆଯାଇଛି। ୧୧, ଆକବର ରୋଡ ବଙ୍ଗଳାଟି ୨.୩ ଏକର ପରିମିତ ସ୍ଥାନରେ ହୋଇଥିବା ବେଳେ ଏବେକାର ୬ଏ, କ୍ରିଷ୍ଣା ମେନନ ମାର୍ଗ ରେସିଡେନ୍ସ ୩ ଏକର ପରିମିତରୁ ସାମାନ୍ୟ ଅଧିକ ରହିଛି। ଏଥିରେ ୭ଟି ଶୟନ କକ୍ଷ ଥିବା ବେଳେ ୨ଟି ଅତିଥି କକ୍ଷ ରହିଛି। ଖୁବ୍‌ଶୀଘ୍ର ଶାହ ଏହି ବଙ୍ଗଳାକୁ ସ୍ଥାନାନ୍ତର ହେବେ। ସୂଚନାଯୋଗ୍ୟ, ଗତ ଅଗଷ୍ଟରେ ବାଜପେୟୀଙ୍କ ମୃତ୍ୟୁ ପରେ ନଭେମ୍ବରରେ ତାଙ୍କ ପରିବାର ଉକ୍ତ ବଙ୍ଗଳାକୁ ଖାଲି କରିଦେଇଥିଲେ। ତେବେ ବାଜପେୟୀ ୬ଏ, କ୍ରିଷ୍ଣା ମେନନ ମାର୍ଗ ରେସିଡେନ୍ସରେ ପାଖାପାଖି ୧୪ ବର୍ଷ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri