Posted inଜାତୀୟ

ବଦଳିଲା ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ପଦ୍ଧତି

ନୂଆଦିଲ୍ଲୀ,୩।୧୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌) ପକ୍ଷରୁ ୨୦୧୯-୨୦ ଶିକ୍ଷା ବର୍ଷ ପାଇଁ ପରୀକ୍ଷା ପଦ୍ଧତିରେ ପରିବର୍ତ୍ତନ ଅଣାଯାଇଛି। ପ୍ରତି ବିଷୟରେ ଏଣିକି ୧ ନମ୍ବର ବିଶିଷ୍ଟ ୨୫ଟି ମଲ୍ଟିପୁଲ୍‌ ଚଏସ୍‌ ପ୍ରଶ୍ନ ରହିବ। ଏହା ସହିତ ୩୩ ପ୍ରତିଶତ ପ୍ରଶ୍ନରେ ପରୀକ୍ଷାର୍ଥୀ ନିଜସ୍ବ। ଏହାଦ୍ୱାରା ପରୀକ୍ଷାର୍ଥୀ ସହଜ ପ୍ରଶ୍ନର ଚୟନ କରି ଏହାର ଉତ୍ତର ଦେଇପାରିବେ। ଏନେଇ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଓ୍ବାଲ ନିଶାଙ୍କ ସୂଚନା ଦେଇଛନ୍ତି। ପରୀକ୍ଷାର୍ଥୀଙ୍କ ତର୍କ ତଥା ଚିନ୍ତନ କ୍ଷମତା ବୃଦ୍ଧି କରିବା ଲାଗି ଏଭଳି ପଦ୍ଧତିକୁ ଗ୍ରହଣ କରାଯାଇଥିବା ସେ କହିଛନ୍ତି। ପ୍ରତି ବିଷୟରେ ୨୦ ପ୍ରତିଶତ ମଲ୍ଟିପୁଲ୍‌ ଚଏସ୍‌ ପ୍ରଶ୍ନ, ୧୦ ପ୍ରତିଶତ ଦୀର୍ଘ ଉତ୍ତରମୂଳକ ପ୍ରଶ୍ନ ରହିବ। ସେହିପରି ୨୦ ନମ୍ବରର ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ୍‌ ରହିବ। ଦ୍ୱାଦଶ ଶ୍ରେଣୀ ପରୀକ୍ଷାର୍ଥୀଙ୍କୁ ପ୍ରାକ୍ଟିକାଲ୍‌, ଥିଓରୀ ଏବଂ ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ୍‌ ଆଦିରେ ଅଲଗା ଅଲଗା ୩୩ ପ୍ରତିଶତ ନମ୍ବର ରଖିବାକୁ ହେବ। ୭୦ ନମ୍ବର ଥିବା ବିଷୟରେ ୨୩ ଏବଂ ୮୦ ନମ୍ବର ଥିବା ବିଷୟରେ ୨୮ ନମ୍ବର ରଖିବା ବାଧ୍ୟତାମୂଳକ ହେବ ବୋଲି ମାନବ ସମ୍ବଳ ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri