ବଦ୍ରାଙ୍କୁ ଜିଲା ପ୍ରଶାସନର ସମ୍ବର୍ଦ୍ଧନା

ଅନୁଗୋଳ ଅଫିସ, ୧୨।୯ – ଉପସ୍ଥିତ ବୁଦ୍ଧି ଖଟାଇ ଚଳନ୍ତା ଟ୍ରେନ୍‌ ତଳୁ ନିଜ ସହପାଠିନୀ ପ୍ରମିଳାଙ୍କୁ ଟାଣି ଆଣି ଜୀବନ ରକ୍ଷା କରିବାରେ ସକ୍ଷମ ହୋଇଥିବା ତାଳଚେରର ୧୦ ବର୍ଷୀୟା ବାଳିକା ଶ୍ରୀମତୀ ବଦ୍ରାଙ୍କୁ ତାଙ୍କର ଅଦମ୍ୟ ସାହସିକତା ପାଇଁ ଗତ ୨୯ ତାରିଖରେ ରାଜ୍ୟ ସରକାର ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର ପ୍ରଦାନ କରିଥିଲେ। ତେବେ ବୁଧବାର ଅନୁଗୋଳ ଜିଲାପାଳ ବଦ୍ରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ବଦ୍ରାଙ୍କ ସାହସିକତା ପାଇଁ ତାଙ୍କୁ ପ୍ରଶଂସା କରିବା ସହ ଜିଲାପାଳ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଜିଲା ପରିଷଦ ସଭାପତି ବାସନ୍ତୀ କିଷାନଙ୍କ ସମେତ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଜିଲା ସମାଜ ମଙ୍ଗଳ ଅଧିକାରୀ ଅଲମା ବରୁଆ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ବୈଷୟିକ) ହରିହର ପାଢ଼ୀ, ଜିଲା କ୍ରୀଡ଼ା ଅଧିକାରୀ ଅକ୍ଷୟ କୁମାର ସିଠ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ ଓ ସାମାଜିକ କର୍ମୀ କ୍ଷୀରୋଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ, ଗତବର୍ଷ ନଭେମ୍ବର ୨୭ରେ ତାଳଚେର ଘଣ୍ଟପଡ଼ା ନୋଡାଲ ଉଚ୍ଚ ବିଦ୍ୟାଳୟରୁ ସହପାଠିନୀ ପ୍ରମିଳାଙ୍କ ସହ ଫେରୁଥିବା ବେଳେ ବଦ୍ରା ଏହି ସାହସିକତାର ପରିଚୟ ଦେଇଥିଲେ। ଡେରା ଓଭର ବ୍ରିଜ ତଳେ ଏକ ମାଲବାହୀ ଟ୍ରେନରେ ପ୍ରମିଳାଙ୍କ ଗୋଡ଼ କଟିଯାଇଥିଲା। ଗୋଡ଼ କଟିଯିବା ପରେ ଟ୍ରେନ୍‌ରେ ସାର୍ଟ ଲାଗିଯିବାରୁ ପ୍ରମିଳା ଘୋଷାରି ହୋଇଯାଇଥିଲେ। ଏହି ସମୟରେ ବଦ୍ରା ପ୍ରମିଳାଙ୍କୁ ଟ୍ରେନ ତଳୁ ଟାଣି ଆଣି ୪ ଶହ ମିଟର ବସ୍ତି ପର୍ଯ୍ୟନ୍ତ ବୋହି ନେଇଥିଲେ। ଏହି ସାହସିକତା ପାଇଁ ବଦ୍ରାଙ୍କ ନଁା ତାଳଚେର ଉପଜିଲାପାଳ ଓ ଅନୁଗୋଳ ଜିଲାପାଳଙ୍କ ସୁପାରିସକ୍ରମେ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗକୁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri