ବନବିଭାଗ ପକ୍ଷରୁ ସହାୟତା

ଜଳେଶ୍ୱର, ୧୦।୬(ସ୍ବ.ପ୍ର)-ବିଳମ୍ବରେ ହେଲେ ମଧ୍ୟ ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳରେ ଚଳିତବର୍ଷ ବାରମ୍ବାର ହାତୀ ଉପଦ୍ରବରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ବନବିଭାଗ ପକ୍ଷରୁ କ୍ଷତିପୂରଣ ପ୍ରଦାନ କରାଯାଇଛି। ରାଇବଣିଆ ଥାନା ଶ୍ୟାମନଗର, କାଳିକ, ରାଇବଣିଆ, ସର୍ଦ୍ଦାରବନ୍ଧ, ବରଡିହା, କଳମା ପଞ୍ଚାୟତରେ ପ୍ରାୟ ୫୦ଏକର ଜମିର ଫସଲ ଏବଂ ୮୦ଟି ଘର ଭାଙ୍ଗିଥିବା ଅଭିଯୋଗ ହୋଇଥିଲା। ବନବିଭାଗ ଓ ରାଜସ୍ବ ବିଭାଗ ମିଳିତ ଭାବେ କ୍ଷୟକ୍ଷତିର ଆକଳନ କଲା ପରେ ଆର୍ଥତ୍କ ଅନୁଦାନ ସହାୟତା କରାଯାଇଛି ବୋଲି ଜଳେଶ୍ୱର ରେଞ୍ଜ ଅଫିସର ସରୋଜ କୁମାର ମହାନ୍ତି କହିଛନ୍ତି।
ରାଇବଣିଆ ଅଞ୍ଚଳର ୧୨୧ଜଣ ବ୍ୟକ୍ତିଙ୍କର ୪୨ ଏକର ୫୬ ଡିସିମିଲ ଜମିର ଫସଲ ହାତୀମାନେ ନଷ୍ଟ କରିଥିଲେ। ସରକାରଙ୍କ ନୀତି ନିୟମ ଅନୁଯାୟୀ ଏକର ପିଛା ୧୦ହଜାର ଟଙ୍କା କ୍ଷତିପୂରଣ ବାବଦରେ ଦେବାକୁ ଥିବାରୁ ମୋଟ ୪ଲକ୍ଷ ୨୫ହଜାର ୬ଶହ ଟଙ୍କା କ୍ଷତିଗ୍ରସ୍ତ ଚାଷୀକୁ ବ୍ୟାଙ୍କ ପାସ୍‌ବୁକ୍‌ରେ ଜମା କରାଯାଇଛି ା ରାଇବଣିଆ ଥାନା ଅନ୍ତର୍ଗତ ଶ୍ୟାମନଗର ପଞ୍ଚାୟତର ଘାସିପଡ଼ା ଗାଁର ବାହାଦୁର ମାରାଣ୍ଡିକୁ ଏକ ଦନ୍ତା ଦଳି ମାରିଥିବାରୁ ତାଙ୍କ ବିଧବା ପନତ୍ୀ ଆଲାଦି ମାରାଣ୍ଡିଙ୍କୁ ୪ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ଦିଆଯାଇଛି। ୧୦ଟି ସମ୍ପୂର୍ଣ୍ଣ ଘର ଭାଙ୍ଗିଯାଇଥିବାରୁ ୧୦ହଜାର ଲେଖାଏଁ ୧ଲକ୍ଷ ଟଙ୍କା ଓ ୩୫ଟି ଆଂଶିକ ଗୃହ ଭାଙ୍ଗିଥିବା ବାବଦକୁ ୨ହଜାର ଟଙ୍କା ଲେଖାଏଁ ୭୦ହଜାର ଟଙ୍କା ପ୍ରଦାନ କରାଯାଇଥିବା ରେଞ୍ଜର ମହାନ୍ତି କହିଛନ୍ତି। ଚେକ୍‌ ଓ ଆର୍ଥତ୍କ ସହାୟତା ପ୍ରଦାନ ବେଳେ ସରପଞ୍ଚ ପ୍ରତିନିଧି ଚନ୍ଦନ ପାତ୍ର, ନାଏବ ସରପଞ୍ଚ ସୁରେନ୍‌ ମୁର୍ମୁ, ଫରେଷ୍ଟର ତପନ ସିଂ, ଲୁସୁ କିସ୍କୁ ଓ ଗ୍ରାମ୍ୟ ମୁଖ୍ୟ ସୁରେଶ ମହନ୍ତ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri