ବନ୍ତରେ ଜବରଦଖଲ ଉଚ୍ଛେଦ

ବନ୍ତ,୩ା୧୨(ଡି.ଏନ୍‌.ଏ.)- ମଙ୍ଗଳବାର ଭଦ୍ରକ-ଆନନ୍ଦପୁର ୫୩ନଂ. ରାଜ୍ୟ ରାଜପଥ ଅଧୀନ ବନ୍ତ ବଜାରର ଉନ୍ନତୀକରଣ କାର୍ଯ୍ୟ ଲାଗି ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ପୂର୍ବାହ୍ନ ୧୧ଟାରୁ ବ୍ଲକ ଛକଠାରୁ ପୁରୁଣାବଜାର ଯାଏ ଉଚ୍ଛେଦ ଆରମ୍ଭ ହୋଇ ଅପରାହ୍ନ ପର୍ଯ୍ୟନ୍ତ ଚାଲିଥିଲା । ତହସିଲଦାର ଇନ୍ଦିରା ସାହୁ, ଅତିରିକ୍ତ ତହସିଲଦାର ବିଜୟ କୁମାର ସେଠୀ, ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ସିଦ୍ଧେଶ୍ୱର ବେହେରା, ସୁଧାଂଶୁ ଶେଖର ମହାପାତ୍ର, ଥାନାଧିକାରୀ ମିନା ବିନ୍ଧାଣୀଙ୍କ ସମେତ ପୋଲିସ ଫୋର୍ସ ଉପସ୍ଥିତ ଥିଲେ । ଉଚ୍ଛେଦ କାର୍ଯ୍ୟ ବେଳେ ଗୃହ ମାଲିକ, ଦୋକାନୀମାନେ ଉପସ୍ଥିତ ଥିଲେ । ରାଜ୍ୟ ରାଜପଥର ବନ୍ତ କେନାଲ ଛକଠାରୁ ବ୍ଲକ ଛକ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ଉଜ୍ଜ୍ୱଳ ଆଲୋକୀକରଣ ଓ ଡ୍ରେନେଜ୍‌ ବ୍ୟବସ୍ଥା ସହ କେନ୍ଦୁଆପଦା ଛକରେ ୱାନ୍‌ ଓ୍ବେ ଟ୍ରାଫିକ୍‌ ବ୍ୟବସ୍ଥା କରାଯିବା ନେଇ ଜବରଦଖଲ ଉଚ୍ଛେଦ କାର୍ଯ୍ୟ କରାଯାଉଥିବା ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri