ବନ୍ତରେ ୭ କରୋନା ପଜିଟିଭ ଚିହ୍ନଟ: ସମସ୍ତେ କୋଲକତା ଫେରନ୍ତା

ବନ୍ତ,୧୯।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ମଙ୍ଗଳବାର ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଚିହ୍ନଟ ହୋଇଥିବା ୭ ଆକ୍ରାନ୍ତ କୋଲକତା ଫେରନ୍ତା ଓ ସମସ୍ତେ ଗଣିଜାଙ୍ଗ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିଲେ। ପୂର୍ବାହ୍ନରେ ଆଗରପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରୀ ଟିମ୍‌ ପହଞ୍ଚତ୍ ଆକ୍ରାନ୍ତଙ୍କୁ ଭଦ୍ରକ ନେଇଥିବା ଜଣାଯାଇଛି। ଗତ ଶୁକ୍ରବାର ସେମାନଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିଲା ା ଅପରାହ୍ନରେ ସରପଞ୍ଚ ରଞ୍ଜନ କୁମାର ସାହୁ, ନୋଡାଲ ଅଫିସର ଅଭୟ କୁମାର ପ୍ରଧାନଙ୍କ ତତ୍ତ୍ୱାବଧାନରେ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ସାନିଟାଇଜ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?