ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ପ୍ରସୂତିଙ୍କ ହାତରେ ରହିଗଲା ଭଙ୍ଗା ପ୍ଲାଷ୍ଟିକ ଭେନଫ୍ଲୋନ

ବନ୍ତଳା, ୨୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ପ୍ରସୂତିଙ୍କ ହାତରେ ସାଲାଇନ ପ୍ଲାଷ୍ଟିକ ଭେନଫ୍ଲୋନ ଭାଙ୍ଗି ରହିଯିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାରୁ ଜଣାପଡିଛି, ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ଜଗନ୍ନାଥପୁର ଗ୍ରାମର କୌଶଲ୍ୟା ସାହୁ (୨୭)ଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ଶୁକ୍ରବାର ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅପରାହ୍ନରେ ସେ ଜଣେ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ। ମୁଣ୍ଡ ବୁଲାଇବା ଯୋଗୁ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ ତାଙ୍କୁ ଏକ ସାଲାଇନ ଲଗାଇବା ସହ ୧୮ ସାଇଜର ପ୍ଲାଷ୍ଟିକ ଭେନ ଫ୍ଲୋନ ଲଗାଇଥିଲେ। ଆଗକୁ ସାଲାଇନର ଆବଶ୍ୟକ ଥିବା ନେଇ ଭେନ ଫ୍ଲୋନକୁ ବାହାର କରି ନ ଥିଲେ। ପରେ ଭେନ ଫ୍ଲୋନଟି ହାତରେ ହଲୁଥିବା ପ୍ରସୂତି ଜାଣିବା ପରେ ତାଙ୍କ ଶାଶୁଙ୍କୁ ଜଣାଇଥିଲେ। ଶନିବାର ଅପରାହ୍ନରେ କୌଶଲ୍ୟାଙ୍କ ଶାଶୁ ଜଣେ ଷ୍ଟାଫ ନର୍ସଙ୍କୁ ଜଣାଇବା ପରେ ନର୍ସଜଣକ ଭେନଫ୍ଲୋନକୁ ହାତରୁ ବାହାର କରିଥିଲେ। କିନ୍ତୁ ପ୍ଲାଷ୍ଟିକ ଭେନ ଫ୍ଲୋନଟି ଭାଙ୍ଗି ଅଧା ଭେନ ଭିତରେ ରହି ଯାଇଥିଲା। ଯନ୍ତ୍ରଣା ହେବାରୁ ରବିବାର ସକାଳେ ପ୍ରସୂତି ଓ ପରିବାର ବର୍ଗ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଭଙ୍ଗା ପ୍ଲାଷ୍ଟିକ ଭେନଫ୍ଲୋନକୁ ବାହାର କରିଥିଲେ। ସେଠାରୁ ବନ୍ତଳା ଗୋଷ୍ଠୀ କେନ୍ଦ୍ରକୁ ଫେରି ଘରକୁ ଆସିଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡିଛି। ସରକାରଙ୍କ ପକ୍ଷରୁ ନିମ୍ନମାନର ସାମଗ୍ରୀ ଯୋଗାଯାଉଥିବାରୁ ଏଭଳି ଘଟୁଥିବା ପ୍ରସୂତିଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି।
ଏ ବିଷୟରେ ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଘନଶ୍ୟାମ ବେହେରାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଫୋନ ନ ଲାଗିବାରୁ ମତାମତ ମିଳିପାରିନାହିଁ। ସୂଚନାଥାଉ କି, ଗତ ମେ ତାରିଖରେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେବାବେଳେ ଗଡତରାସ ଗ୍ରାମର ଜଣେ ୩ ବର୍ଷର ଶିଶୁ ଶୁଭଙ୍କରଙ୍କ ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚି ଭାଙ୍ଗି ରହିଯାଇଥିଲା। ଗତ ଶୁକ୍ରବାର ଅପରାହ୍ନରେ ଏମ୍‌ସରେ ଅପରେଶନ ପରେ ଏହାକୁ ବାହାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri