ବନ୍ତଳା, ୨୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ପ୍ରସୂତିଙ୍କ ହାତରେ ସାଲାଇନ ପ୍ଲାଷ୍ଟିକ ଭେନଫ୍ଲୋନ ଭାଙ୍ଗି ରହିଯିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାରୁ ଜଣାପଡିଛି, ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ଜଗନ୍ନାଥପୁର ଗ୍ରାମର କୌଶଲ୍ୟା ସାହୁ (୨୭)ଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ଶୁକ୍ରବାର ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅପରାହ୍ନରେ ସେ ଜଣେ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ। ମୁଣ୍ଡ ବୁଲାଇବା ଯୋଗୁ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ ତାଙ୍କୁ ଏକ ସାଲାଇନ ଲଗାଇବା ସହ ୧୮ ସାଇଜର ପ୍ଲାଷ୍ଟିକ ଭେନ ଫ୍ଲୋନ ଲଗାଇଥିଲେ। ଆଗକୁ ସାଲାଇନର ଆବଶ୍ୟକ ଥିବା ନେଇ ଭେନ ଫ୍ଲୋନକୁ ବାହାର କରି ନ ଥିଲେ। ପରେ ଭେନ ଫ୍ଲୋନଟି ହାତରେ ହଲୁଥିବା ପ୍ରସୂତି ଜାଣିବା ପରେ ତାଙ୍କ ଶାଶୁଙ୍କୁ ଜଣାଇଥିଲେ। ଶନିବାର ଅପରାହ୍ନରେ କୌଶଲ୍ୟାଙ୍କ ଶାଶୁ ଜଣେ ଷ୍ଟାଫ ନର୍ସଙ୍କୁ ଜଣାଇବା ପରେ ନର୍ସଜଣକ ଭେନଫ୍ଲୋନକୁ ହାତରୁ ବାହାର କରିଥିଲେ। କିନ୍ତୁ ପ୍ଲାଷ୍ଟିକ ଭେନ ଫ୍ଲୋନଟି ଭାଙ୍ଗି ଅଧା ଭେନ ଭିତରେ ରହି ଯାଇଥିଲା। ଯନ୍ତ୍ରଣା ହେବାରୁ ରବିବାର ସକାଳେ ପ୍ରସୂତି ଓ ପରିବାର ବର୍ଗ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଭଙ୍ଗା ପ୍ଲାଷ୍ଟିକ ଭେନଫ୍ଲୋନକୁ ବାହାର କରିଥିଲେ। ସେଠାରୁ ବନ୍ତଳା ଗୋଷ୍ଠୀ କେନ୍ଦ୍ରକୁ ଫେରି ଘରକୁ ଆସିଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡିଛି। ସରକାରଙ୍କ ପକ୍ଷରୁ ନିମ୍ନମାନର ସାମଗ୍ରୀ ଯୋଗାଯାଉଥିବାରୁ ଏଭଳି ଘଟୁଥିବା ପ୍ରସୂତିଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି।
ଏ ବିଷୟରେ ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଘନଶ୍ୟାମ ବେହେରାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଫୋନ ନ ଲାଗିବାରୁ ମତାମତ ମିଳିପାରିନାହିଁ। ସୂଚନାଥାଉ କି, ଗତ ମେ ତାରିଖରେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେବାବେଳେ ଗଡତରାସ ଗ୍ରାମର ଜଣେ ୩ ବର୍ଷର ଶିଶୁ ଶୁଭଙ୍କରଙ୍କ ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚି ଭାଙ୍ଗି ରହିଯାଇଥିଲା। ଗତ ଶୁକ୍ରବାର ଅପରାହ୍ନରେ ଏମ୍ସରେ ଅପରେଶନ ପରେ ଏହାକୁ ବାହାର କରାଯାଇଛି।
ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ପ୍ରସୂତିଙ୍କ ହାତରେ ରହିଗଲା ଭଙ୍ଗା ପ୍ଲାଷ୍ଟିକ ଭେନଫ୍ଲୋନ
Posted inଅନୁଗୋଳ, ଆମ ଜିଲା ଖବର View All
କେନାଲରେ ଫସି ରହିଥିଲା ବାର୍ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…
ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….
ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…
ବର୍ଷାରେ ଧସିଲା ଗାର୍ଡ଼ ୱାଲ୍, ନଦୀକୂଳ ବାସୀ ଭୟଭିତ
ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍ ଗେଟର ଗାର୍ଡ ୱାଲ୍ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…
Archives

