‘ବନ୍ଦେ ଉକତ୍ଳ ଜନନୀ’ ସଙ୍ଗୀତ ପ୍ରତିଯୋଗିତା

ବାଙ୍ଗିରିପୋଷି,୧୬ା୬(ଡି.ଏନ୍‌.ଏ.)- ‘ଗାଁକୁ ଫେରିଚାଲ’ ସାମାଜିକ ଅନୁଷ୍ଠାନ ପକ୍ଷରୁ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ନିଶ୍ଚିନ୍ତା ପଞ୍ଚାୟତର ହେମଚନ୍ଦ୍ରପୁର (ଶୁଣ୍ଡିସାହି) ଗ୍ରାମରେ ବନ୍ଦେ ଉକତ୍ଳ ଜନନୀ ପ୍ରାଦେଶିକ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସଂଗଠକ ନବ କୁମାର ମାଇତିଙ୍କ ପ୍ରଚେଷ୍ଠାରେ ଅନୁଷ୍ଠିତ ପ୍ରତିଯୋଗିତାରେ ବିଭିନ୍ନ ପଞ୍ଚାୟତରୁ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଥିଲେ। ଅବସର ପ୍ରାପ୍ତ ବ୍ୟାଙ୍କ ମ୍ୟାନେଜର ବିନୟ କୁମାର ସିଂ, ସତ୍ୟବ୍ରତ ପ୍ରହରାଜ, ଡା.ପବିତ୍ର କୁମାର ମାଇତି, କଳାକାର ସଂଗ୍ରାମ କେଶରୀ ନାଏକ ଏବଂ କଣ୍ଠଶିଳ୍ପୀ ସମରାୟ ମୁର୍ମୁ ପ୍ରମୁଖ ସଙ୍ଗୀତ ପରିଚାଳନା ଓ ମୂଲ୍ୟାୟନ କରିଥିଲେ। ଏହି ପ୍ରତିଯୋଗିତାରେ କୁମାରୀ ସୁକାନ୍ତି ହେମ୍ବ୍ରମ ୧ମ, ସୋନାକ୍ଷୀ ପ୍ରହରାଜ ୨ୟ ଏବଂ ଯୁଗଳ ପ୍ରତିଦ୍ୱନ୍ଦୀ ଭାବେ ସାଇ ପ୍ରକାଶ ମାଇତି, କୁମାରୀ ଚମ୍ପାବତୀ ମାରାଣ୍ଡିଙ୍କୁ ଉପଢ଼ୌକନ ଓ ମାନପତ୍ର ପ୍ରଦାନ କରାଯାଇଥିଲା। ଅନୁଷ୍ଠାନର ସଭାପତି ବିନୟ ସିଂ ପ୍ରାରମ୍ଭରେ ପ୍ରତିଯୋଗିତାର ଉଦ୍ଦେଶ୍ୟ ବିଷୟରେ ବକ୍ତବ୍ୟ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…

ବିଲକୁ ଯାଇଥିବା ବେଳେ ବଜ୍ରପାତରେ ଯୁବକ ମୃତ, ଜଳି ଯାଇଥିଲା ପିଠି

ବୈଶିଙ୍ଗା,୨୦।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ତଥା ବଡ଼ସାହି ବ୍ଲକ ଅନ୍ତର୍ଗତ ମାନଗୋବିନ୍ଦପୁର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ବଜ୍ରପାତ ଯୋଗୁଁ ଜଣେ ଚାଷୀଙ୍କ ବିଲରେ ମୃତ୍ୟୁ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ, ଯୁବକଙ୍କୁ ଗଛରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଗ୍ରାମବାସୀ

ଉଦଳା,୧୨ା୫(ସନ୍ତୋଷ କୁମାର ବାଚ୍ଛିନୀ): ରାତିରେ ଗ୍ରାମରେ ପଶି ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା। ଯୁବକଙ୍କୁ ଗଛରେ ବାନ୍ଧି ଗ୍ରାମବାସୀ ଦେଲେ ଉତ୍ତମ ମଧ୍ୟମ। ଉଦଳା…

ଗୋତସ୍କରଙ୍କ ଗୁଳିମାଡ଼ ଘଟଣା, ପୋଖରୀ ଭିତରୁ ଡାକ୍ତରଙ୍କୁ ବାନ୍ଧିଲା ପୋଲିସ

ବୈଶିଙ୍ଗା,୮।୫(ରତନ ଦାଶ ): ମୟୂରଭଞ୍ଜ-ବାଲେଶ୍ୱର ସୀମାବର୍ତ୍ତୀ ବୈଶିଙ୍ଗା ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଥିବା ଗୋମାଫିଆଙ୍କ ଗୁଳିମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri