‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତ ମାନ୍ୟତା ଦାବି: ମନ୍ତ୍ରୀ ସଚିବଙ୍କ ସହ ଆଲୋଚନା କରି ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୧୨।୩(ବ୍ୟୁରୋ): ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନକୁ ନେଇ ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଏହି ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ଦିଆଯାଇ ନ ଥିବାରୁ ବିଭିନ୍ନ ସଭା ସମିତିରେ ମନଇଚ୍ଛା ଗାନ କରାଯାଉଛି। ଏଥିପାଇଁ କୌଣସି କଟକଣା ନାହିଁ। ଏହାର ପଂକ୍ତିକୁ ଶ୍ଲୋକ କରି ଗାଇବା ଉପରେ ସଦସ୍ୟମାନେ ଗୁରୁତ୍ୱ ଦେଇଛନ୍ତି। ଏହି ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ଦେବା ଲାଗି ବହୁ ଆଗରୁ ସୁପାରିସ କରାଯାଇଥିଲେ ମଧ୍ୟ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଏହି ସଂଗୀତକୁ ୫୦ ସେକେଣ୍ଡ ମଧ୍ୟରେ ସୀମିତ ରଖିବା ସହ ଏହାକୁ ରାଜ୍ୟ ସଂଗୀତର ମାନ୍ୟତା ଦେବା ଲାଗି ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ବିଧାନସଭାରେ ଦାବି କରିଛନ୍ତି।
ବିଜେଡି ସଭ୍ୟ ଅମର ଶତପଥୀ ଏହି ପ୍ରସଙ୍ଗ ଉଠାଇ କହିଲେ ଯେ, ବିଧାନସଭା ଓ ବିଭିନ୍ନ ସଭା ସମିତିରେ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତ ଭାବେ ଗାନ କରାଯାଉଛି। ଏହାକୁ ଆମେ ସମସ୍ତେ ଛିଡାହୋଇ ସମ୍ମାନ ଦେଉଛୁ। ତଥାପି ଏହି ସଂଗୀତକୁ ଜାତୀୟ ସଂଗୀତ ଭଳି ରାଜ୍ୟ ସଂଗୀତର ମାନ୍ୟତା ମିଳିଲା ନାହିଁ। ଏ ସମ୍ପର୍କିତ ସୁପାରିସ ନାଲି ଫିତା ତଳେ ରହିଯାଇଛି। ବିଜେଡି ସଭ୍ୟ ପ୍ରଫୁଲ୍ଲ ସାମଲ ଏବଂ କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ୫୦ ସେକେଣ୍ଡ ମଧ୍ୟରେ ସୀମିତ କରିବା ସହିତ ରାଜ୍ୟ ସଂଗୀତର ମାନ୍ୟତା ଦେବାକୁ ଦାବି କରିଛନ୍ତି। ଏ ନେଇ ବାଚସ୍ପତିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ବାଚସ୍ପତି କହିଥିଲେ ଯେ, ବନ୍ଦେ ଉତ୍କଳ ଜନନୀ ସଂଗୀତ ଉପରେ ବିଭାଗୀୟ ମନ୍ତ୍ରୀ ଏବଂ ସଚିବଙ୍କୁ ଡାକି ଏକ ବିଧାନସଭା କମିଟି ଗଠନକରି ଏହା ଉପରେ ନିଷ୍ପତ୍ତି ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri