‘ବନ୍ଦେ ଉତ୍କଳ ଜନନୀ’ର ଝଙ୍କାରରେ ଝୁମିଲା ଖଇରା

ଖଇରା,୩୦।୫(ଡି.ଏନ.ଏ)-କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି ଲାଗି ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିବା ବେଳେ ବାଲେଶ୍ୱର ଜିଲା ଖଇରା ବ୍ଲକର ପୁରପଲ୍ଲୀରେ ପିଲା ଠାରୁ ବୁଢା ସମସ୍ତେ ଏଥିରେ ସାମିଲ ହୋଇଛନ୍ତି ା ଖଇରା ବ୍ଲକ ବାଉଁଶଗଡିଆ ପଞ୍ଚାୟତ ବରପଦା ଗ୍ରାମରେ ବନ୍ଦେ ଉତ୍କଳ ଜନନୀ ପରିବେଷଣରେ ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସରପଞ୍ଚ ବିଷ୍ଣୁ ଘଡେଇ ଓ ସ୍ଥାନୀୟ ସ୍କୁଲ ଛାତ୍ରୀଛାତ୍ରଙ୍କ ସହ ସାମିଲ ହେଇଥିଲେ। ମନ୍ତ୍ରୀ ନିଜ ବକ୍ତବ୍ୟରେ ଓଡିଶାରେ କରୋନାକୁ ସଫଳ ଭାବେ ମୁକାବିଲା କରାଯାଇ ପାରିଥିବାରୁ ଏଥିଲାଗି ରାଜ୍ୟ ସରକାର ତଥା କୋଭିଡ-୧୯ ଯୋଦ୍ଧା ସାଜିଥିବା ଡାକ୍ତର, ନର୍ସ ଓ ସଫେଇ କର୍ମଚାରୀ,ପୋଲିସଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ। ଖଇରା ବ୍ଲକ ପରିସରରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଅଧକ୍ଷା ଅଭିଲିପ୍ସା ସାହୁ ଯୋଗ ଦେଇଥିଲେ। ଜାଗୃତି ମହାସଂଘ ପକ୍ଷରୁ ବନ୍ଦେ ଉତ୍କଳ ଜନନୀ ଆବୃତ୍ତି କରାଯାଇଥିଲା। ସିଡିପିଓ ନର୍ମଦା ଦେଓ, ଓଏଲଏମର ବ୍ଲକ ସଂଯୋଜିକା ଶୋଭନା ମହାନ୍ତି ତଥା ସମସ୍ତ ବ୍ଲକ କର୍ମଚାରୀ ଉପସ୍ଥିତ ଥିଲେ। ସେହିଭଳି ଖଇରା ହାଇସ୍କଲରେ ଚାଲିଥିବା ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ସରପଞ୍ଚ ସୁଦର୍ଶନ ସେଠୀଙ୍କ ନେତୃତ୍ୱରେ ସମସ୍ତ ପ୍ରବାସୀ, ଶିକ୍ଷୟତ୍ରୀ, ଶିକ୍ଷକ ସଙ୍ଗୀତ ଆବୃତ୍ତିରେ ସାମିଲ ହୋଇଥିଲେ। ବ୍ଲକର ସମସ୍ତ ୩୭ ପଞ୍ଚାୟତରେ ଏହି ସଙ୍ଗୀତ ସମସ୍ତେ ହୃଦୟର ସହ ଆବୃତ୍ତି କରିଥିଲେ ା ଖଇରା ତହସିଲ, ଖଇରା ଥାନା, ବିଇଓ ଅଫିସ, ଜଳସେଚନ ବିଭାଗ କାର୍ଯ୍ୟାଳୟରେ, ଗଣ୍ଡିବେଡ ବଜାର କମିଟି ପକ୍ଷରୁ ଏହି ସଙ୍ଗୀତ ଗାନ କରାଯାଇଥିଲା ା ଫଟୋ-ଖଇରା୨-
ବରପଦାରେ ମନ୍ତ୍ରୀ ପାଣିଗ୍ରାହୀ ବନ୍ଦେ ଉତ୍କଳ ଜନନୀ ଗାନ କରୁଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri