ବନ୍ଦ କୋଠରିରୁ ବିବାହିତ ଯୁବକ, ନାବାଳିକାଙ୍କ ମୃତଦେହ ଜବତ

ରାୟଗଡ଼ା ଅଫିସ,୨୯।୧୨: ଗୋଟିଏ ବନ୍ଦ କୋଠରିରୁ ଜଣେ ବିବାହିତ ଯୁବକ ଓ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ରାୟଗଡ଼ା ପୋଲିସ ଜବତ କରିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପ୍ରେମ ବ୍ୟାପାରରୁ ଉଭୟେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତ ପରେ ପୋଲିସ ସନ୍ଦେହ କରୁଛି। ମୃତ ଯୁବକଙ୍କ ନାମ ରାହୁଲ କୌଶଲ୍ୟା (୨୬)। ସୂଚନାନୁଯାୟୀ, ନାବାଳିକା ଜଣକ ଟ୍ୟୁଶନ ଯିବାକୁ କହି ମଙ୍ଗଳବାର ଘରୁ ବାହାରିଥିଲେ। ଟ୍ୟୁଶନ ସାରି ଘରକୁ ନ ଫେରିବାରୁ ପରିବାର ଲୋକେ ଟ୍ୟୁଶନ ସାର୍‌ଙ୍କୁ ଯୋଗାଯୋଗ କରିଥିଲେ। ନାବାଳିକା ଜଣକ ଟ୍ୟୁଶନ ଆସି ନ ଥିବା ତାଙ୍କ ଶିକ୍ଷକ କହିଥିଲେ। ରାହୁଲଙ୍କ ଘରୁ ଉଭୟଙ୍କ ଝୁଲନ୍ତା ମୃତଦେହ ମିଳିବା କଥା ତାଙ୍କ ପଡ଼ୋଶୀମାନେ ନାବାଳିକାଙ୍କ ଘର ଲୋକ ଓ ପୋଲିସକୁ ଜଣାଇଥିଲେ। ପୋଲିସ ମୃତଦେହ ଜବତକରି ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ସୂଚନାନୁଯାୟୀ, ସ୍ବାମୀଙ୍କର ଅନ୍ୟତ୍ର ପ୍ରେମ ସମ୍ପର୍କ ଥିବା ରାହୁଲଙ୍କ ସ୍ତ୍ରୀ ସନ୍ଦେହକରି ୩ମାସ ହେବ ଘର ଛାଡ଼ି ବାପଘରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri