ବନ୍ଦ କୋଠରିରୁ ବିବାହିତ ଯୁବକ, ନାବାଳିକାଙ୍କ ମୃତଦେହ ଜବତ

ରାୟଗଡ଼ା ଅଫିସ,୨୯।୧୨: ଗୋଟିଏ ବନ୍ଦ କୋଠରିରୁ ଜଣେ ବିବାହିତ ଯୁବକ ଓ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ରାୟଗଡ଼ା ପୋଲିସ ଜବତ କରିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପ୍ରେମ ବ୍ୟାପାରରୁ ଉଭୟେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତ ପରେ ପୋଲିସ ସନ୍ଦେହ କରୁଛି। ମୃତ ଯୁବକଙ୍କ ନାମ ରାହୁଲ କୌଶଲ୍ୟା (୨୬)। ସୂଚନାନୁଯାୟୀ, ନାବାଳିକା ଜଣକ ଟ୍ୟୁଶନ ଯିବାକୁ କହି ମଙ୍ଗଳବାର ଘରୁ ବାହାରିଥିଲେ। ଟ୍ୟୁଶନ ସାରି ଘରକୁ ନ ଫେରିବାରୁ ପରିବାର ଲୋକେ ଟ୍ୟୁଶନ ସାର୍‌ଙ୍କୁ ଯୋଗାଯୋଗ କରିଥିଲେ। ନାବାଳିକା ଜଣକ ଟ୍ୟୁଶନ ଆସି ନ ଥିବା ତାଙ୍କ ଶିକ୍ଷକ କହିଥିଲେ। ରାହୁଲଙ୍କ ଘରୁ ଉଭୟଙ୍କ ଝୁଲନ୍ତା ମୃତଦେହ ମିଳିବା କଥା ତାଙ୍କ ପଡ଼ୋଶୀମାନେ ନାବାଳିକାଙ୍କ ଘର ଲୋକ ଓ ପୋଲିସକୁ ଜଣାଇଥିଲେ। ପୋଲିସ ମୃତଦେହ ଜବତକରି ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ସୂଚନାନୁଯାୟୀ, ସ୍ବାମୀଙ୍କର ଅନ୍ୟତ୍ର ପ୍ରେମ ସମ୍ପର୍କ ଥିବା ରାହୁଲଙ୍କ ସ୍ତ୍ରୀ ସନ୍ଦେହକରି ୩ମାସ ହେବ ଘର ଛାଡ଼ି ବାପଘରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?