ବନ୍ଦ ଘରୁ ଅଧ୍ୟାପକଙ୍କ ଗଳିତ ଶବ ଉଦ୍ଧାର, କାରଣ ଅସ୍ପଷ୍ଟ

ହଞ୍ଜିଳିକାଟୁ, ୮ା୮(ଡ଼ି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ମାଣିକନଗର ଅଞ୍ଚଳର ଏକ ବନ୍ଦ ଘରୁ ଗୁରୁବାର ପୂର୍ବାହ୍ନରେ ଜଣେ ଅଧ୍ୟାପକଙ୍କ ଗଳିତ ଶବକୁ ହିଞ୍ଜିଳି ପୋଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି। ସେ ହେଲେ କଙ୍କୋରଡ଼ା ବିଜ୍ଞାନ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ବିଭାଗର ଅଧ୍ୟାପକ ରାଜେନ୍ଦ୍ର କୁମାର ଭୂୟାଁ(୨୯)। ରାଜେନ୍ଦ୍ରଙ୍କ ନିଜ ଘର ଭଦ୍ରକ ଜିଲା ନରସିଂହ ପ୍ରସାଦ ଥାନା ଦୋସିଙ୍ଗା ଅଞ୍ଚଳରେ।
ପ୍ରକାଶ ଯେ, ହିଞ୍ଜିଳିକାଟୁ ମାଣିକ ନଗରରେ ଏକ ଘରର ଉପର ମହଲାରେ ଅଧ୍ୟାପକ ରାଜେନ୍ଦ୍ର ଭଡ଼ାରେ ରହୁଥିଲେ। ଗୁରୁବାର ଉକ୍ତ ଘର ଭିତର ପଟୁ ବନ୍ଦ ଥିବାବେଳେ ପ୍ରବଳ ଗନ୍ଧ ବାହାରିଥିଲା। ଘର ମାଲିକ ଏ ନେଇ ପୋଲିସରେ ଖବର ଦେଇଥିଲେ। ପରେ ପୋଲିସ ମାଜିଷ୍ଟ୍ରେଟ ତଥା ତହସିଲଦାର ଗୋପୀନାଥ କୁଅଁରଙ୍କ ଉପସ୍ଥିତିରେ ଘରର କବାଟ ଭାଙ୍ଗି ଫ୍ୟାନ୍‌ରେ ଝୁଲୁଥିବା ଅବସ୍ଥାରେ ରାଜେନ୍ଦ୍ରଙ୍କ ମୃତ ଶରୀରକୁ ଜବତ କରିଛି। ପୋଲିସର ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ବୋଲି ଜଣାପଡ଼ିଛି। ପ୍ରାୟ ୨/୩ ତଳେ ରାଜେନ୍ଦ୍ର ଏପରି କାଣ୍ଡ କରିଥିବା ପୋଲିସ ଅନୁମାନ କରିଛି। ତେବେ ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ଘଟଣା ନେଇ ପୋଲିସ ପକ୍ଷରୁ ରାଜେନ୍ଦ୍ରଙ୍କ ପରିବାର ସହ ଯୋଗାଯୋଗ କରାଯାଇଛି। ପରିବାର ସଦସ୍ୟ ପହଞ୍ଚିବା ପରେ ମୃତଦେହ ବ୍ୟବଚ୍ଛେଦ ଓ ହସ୍ତାନ୍ତର କରାଯିବ ବୋଲି ଆଇଆଇସି ଅଭିମନ୍ୟୁ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?