ବନ୍ଦ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ସତର୍କ ରହିବାକୁ ସମସ୍ତ ଏସ୍‌ପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୭ା୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଜନବିରୋଧୀ ତଥା ରାଷ୍ଟ୍ରଦ୍ରୋହୀ ନୀତିର ପ୍ରତିବାଦ କରିବା ସହ ୧୨ ଦଫା ଦାବି ନେଇ ୧୦ ଟ୍ରେଡ୍‌ ୟୁନିୟନ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ବନ୍ଦକୁ ସମର୍ଥନ କରିଛି କଂଗ୍ରେସ ଓ ଅନ୍ୟ କେତେକ ସଂଗଠନ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଶେଷକରି କଟକ, ଭୁବନେଶ୍ୱର, ପୁରୀ, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର, ଭଦ୍ରକ, କେନ୍ଦ୍ରାପଡା, ପାରାଦୀପ, କୋରାପୁଟ, ବାଲେଶ୍ୱର ଓ ଜଗତସିଂହପୁର ଜିଲାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ବଢାଇ ଦିଆଯାଇଛି। ବନ୍ଦ ସମୟରେ ଯେପରି କୌଣସି ସ୍ଥାନରେ ହିଂସା ନ ଘଟେ ସେଥିପ୍ରତି ସତର୍କ ରଖିବାକୁ ସମସ୍ତ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଲ’ ଆଣ୍ଡ୍‌ ଅର୍ଡର ଦାୟିତ୍ୱରେ ଥିବା ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ଗୃହ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବିଜ୍ଞପ୍ତି ମାଧ୍ୟମରେ ସମସ୍ତ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟ୍‌ଙ୍କୁ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କଂଗ୍ରେସ ଓ ଟ୍ରେଡ୍‌ ୟୁନିଅନ ପକ୍ଷରୁ କୁହାଯାଇଛି ଯେ, ଏହି ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ ରହିବ। କୌଣସି ପ୍ରକାର ହିଂସା ନ ଘଟାଇବା ପାଇଁ ସମସ୍ତ କର୍ମୀଙ୍କୁ କୁହାଯାଇଛି। ଏଥିରେ ସହଯୋଗ କରିବାକୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୫ରେ ପାକିସ୍ତାନରେ ହେବ ବଡ଼ ପ୍ରତିବାଦ ରାଲି, କାହିଁକି ଜାଣନ୍ତୁ…

ଲାହୋର,୧୬।୭: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦଳ ଅଗଷ୍ଟ ୫ତାରିଖରେ ସାରା ଦେଶରେ ପ୍ରତିବାଦ କରିବାକୁ ଡାକରା ଦେଇଛି। ସେହି ଦିନ ସେମାନଙ୍କ…

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦେଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri