ବନ୍ଦ ମନ୍ଦିର କୋଠରିରେ ୧୦ ଘଣ୍ଟା ମା’, ଝିଅ: ତାଲା ଭାଙ୍ଗି ଉଦ୍ଧାର କଲା ପୋଲିସ

ପୁରୀ ଅଫିସ,୨୧।୫: ପୁରୀ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଦୀର୍ଘ ୧୦ଘଣ୍ଟା ଧରି ଏକ ମନ୍ଦିରର ବନ୍ଦ କୋଠରିରେ ରହିବା ପରେ ସୋମବାର ସକାଳେ ମୁକୁଳିଛନ୍ତି ମା’ ଓ ଝିଅ। ଅଜାଣତରେ ପୂଜକଙ୍କ ଭୁଲ ଯୋଗୁ ସେମାନଙ୍କୁ ଭୋଗିବାକୁ ପଡ଼ିଛି ଏଭଳି ଦଣ୍ଡ।
ସୂଚନା ଅନୁଯାୟୀ, କୁମ୍ଭାରପଡ଼ା ଥାନା ଅଧୀନ ନବକଳେବର ରୋଡ଼ ଅଞ୍ଚଳରେ ଥିବା ଗାୟତ୍ରୀ ମନ୍ଦିର ପରିସରସ୍ଥ ଏକ କୋଠରିରେ ମା’ ଓ ଝିଅଙ୍କୁ ତାଲା ପକାଇ ରଖାଯାଇଥିବା ସୋମବାର ସକାଳେ ପ୍ରଚାରିତ ହୋଇଯାଇଥିଲା। ଫଳରେ ସେଠାରେ ଲୋକଙ୍କ ଭିଡ଼ ଜମିଥିଲା। ଅଞ୍ଚଳବାସୀଙ୍କଠାରୁ ଖବର ପାଇ ସକାଳ ୮ଟାରେ ପୋଲିସ ପହଞ୍ଚତ୍ ଘର ତାଲା ଭାଙ୍ଗିଥିଲା। ବନ୍ଦ କୋଠରିରେ ମା’ ଏବଂ ଝିଅ ରହିଥିବା ଦେଖିବାକୁ ମିଳିଥିଲା। ଦୁହିଁଙ୍କୁ ପୋଲିସ ଉଦ୍ଧାର କରିବା ସହ ସନ୍ଦେହରେ ମନ୍ଦିର ପୂଜକଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ପରେ ତାଙ୍କୁ ଛାଡ଼ି ଦେଇଥିଲା। ଏ ନେଇ ଥାନା ଅଧିକାରୀ ଏସ.କେ.ଦାଶ କହିଛନ୍ତି ଯେ, ରବିବାର ରାତିରେ ମନ୍ଦିର ଅନ୍ଧାର ଥିଲା। ଏହି ସମୟରେ ମା, ଝିଅ ମନ୍ଦିର ଅଫିସ୍‌ରେ ଶୋଇ ପଡ଼ିଥିଲେ। ପୂଜକ ତାଲା ପକାଇବାବେଳେ ସେମାନଙ୍କୁ ଦେଖିପାରି ନ ଥିଲେ। ପରେ ସେ ଘରକୁ ଚାଲିଯାଇଥିଲେ। ତାଙ୍କ ଅଜାଣତରେ ଭୁଲବଶତଃ ଏପରି ହୋଇଥିବା ପୂଜକ ପଚରାଉଚରା ବେଳେ ପ୍ରକାଶ କରିଛନ୍ତି। ଏ ସଂକ୍ରାନ୍ତରେ ଥାନାରେ ଉଭୟ ପକ୍ଷ ମଧ୍ୟରେ ଆପୋଷ ବୁଝାମଣା ହୋଇଥିବା ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri