ବନ୍ଦ ରହିବ ବ୍ୟବସାୟ ପ୍ରତିଷ୍ଠାନ

ନୂଆଦିଲ୍ଲୀ, ଭୁବନେଶ୍ୱର,୨୧-୩: କରୋନା ପ୍ରଭାବକୁ କମ୍‌ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାରା ଦେଶରେ ଜନତା କର୍ଫ୍ୟୁ ଲାଗି ଗୁରୁବାର ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। ଏହାର ସମର୍ଥନରେ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ(ସିଏଆଇଟି) ପକ୍ଷରୁ ରବିବାର ଦୋକାନ ବଜାର ବନ୍ଦ ରଖାଯିବାକୁ ନେଇ ନିଷ୍ପତ୍ତି ହୋଇଛି। ଜନତା କର୍ଫ୍ୟୁରେ ଯୋଗଦାନ ସ୍ବରୂପ ଦେଶର ୭ କୋଟି ବ୍ୟବସାୟୀ ଏହି ଦିନ ସେମାନଙ୍କ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରଖିବେ। ଏଥିରେ କାର୍ଯ୍ୟ କରୁଥିବା ପ୍ରାୟ ୪୦ କୋଟି କର୍ମଚାରୀ ଏହିଦିନ ଘରେ ରହିବେ ବୋଲି ସିଏଆଇଟି ମହାସଚିବ ପଓ୍ବନ ଖଣ୍ଡେଲଓ୍ବାଲ ସୂଚନା ଦେଇଛନ୍ତି। ଦିଲ୍ଲୀରେ ପ୍ରାୟ ୧୫ ଲକ୍ଷ ବ୍ୟବସାୟୀ ଏବଂ ୩୫ ଲକ୍ଷ କର୍ମଚାରୀ ଏହି କର୍ଫ୍ୟୁରେ ଯୋଗ ଦେବେ ବୋଲି ସେ କହିଛନ୍ତି।
ଏଭଳି ମହାମାରୀର ପ୍ରକୋପକୁ କମ୍‌ କରିବା ଲାଗି ନିଜ ଘରେ ଗୋଟିଏ ଦିନ ରହିବା ଲାଗି ମୋଦି ଆହ୍ବାନ ଜଣାଇଛନ୍ତି। ମାର୍ଚ୍ଚ ୨୨ ସକାଳ ୭ରୁ ରାତି ୯ ଯାଏ ଅତି ଆବଶ୍ୟକ ନ ହେଲେ ଘରେ ରହିବାକୁ କୁହାଯାଇଛି। ବିଶ୍ୱଯୁଦ୍ଧ-୧ ଏବଂ ୨ ସମୟରେ ଭାଇରସ କରୋନା ଭଳି ଏତେ ସଂଖ୍ୟକ ଦେଶକୁ କବଳିତ କରି ନ ଥିଲା। ଘରେ ରହିବା ଦ୍ୱାରା ଏହି ରୋଗ ବ୍ୟାପିବାକୁ କମ୍‌ କରିବ ବୋଲି ମୋଦି ଦେଶବାସୀଙ୍କୁ ନିବେଦନ କରିଛନ୍ତି।
ଏହି ପରିପ୍ରେକ୍ଷୀରେ ରାଜ୍ୟ ବ୍ୟବସାୟୀ ମହାସଂଘ ସଭାପତି ସୁଧାକର ପଣ୍ଡା କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକୁ ସାଦରରେ ଗ୍ରହଣ କରି ପଦକ୍ଷେପ ନେବାକୁ ନିଷ୍ପତ୍ତି ହୋଇଛି। ରାଜ୍ୟରେ ବ୍ୟବସାୟୀଙ୍କୁ ଏ ନେଇ ଚିଠି ଲେଖାଯାଇଛି। ସାରା ରାଜ୍ୟରେ ବ୍ୟବସାୟ ପ୍ରତିଷ୍ଠାନଗୁଡିକୁ ବନ୍ଦ ରଖିବା ଲାଗି ନିବେଦନ କରାଯାଇଛି। କରୋନା ବିରୋଧରେ ମିଳିତ ହୋଇ ଲଢିବାର ଏହା ସମୟ। ଏଣୁ ସମସ୍ତେ ଏକାଠି ହୋଇ ଏହାକୁ ଲଢିଲେ ସୁସ୍ଥ ସମାଜ ଗଠନରେ ଯୋଗଦାନ ରଖାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri