ବନ୍ଦ ହେବ କଲେଜ, ଡିଆରଡିଏ ଛକ: ଛତ୍ରପୁର ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଭେଇକିଲ୍‌ ଅଣ୍ଡରପାସ୍‌

ଛତ୍ରପୁର,୧୮ା୯(ଡି.ଏନ.ଏ.)-ଛତ୍ରପୁର କଲେଜ ଓ ଡିଆରଡିଏ ଛକ ନିକଟ ଜାତୀୟ ରାଜପଥରେ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଛି ା ଏହା ପୋଲିସ, ପ୍ରଶାସନ ଓ ଆରଟିଓ କାର୍ଯ୍ୟାଳୟ କର୍ତ୍ତୃପକ୍ଷଙ୍କ ମୁଣ୍ଡବ୍ୟଥାର କାରଣ ହୋଇଛି ା ଏଠାରେ ଫ୍ଲାଏଓଭର, ଅଣ୍ଡରପାସ୍‌ କିମ୍ବା ଭେଇକିଲ ଅଣ୍ଡର ପାସ୍‌ (ଭିୟୁପି) ନିର୍ମାଣ କରିବାକୁ ଦୀର୍ଘବର୍ଷ ହେଲା ଦାବି ହୋଇଆସୁଛି ା ମାତ୍ର ଏନ୍‌ଏଚଏଆଇ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଏବେ ଛତ୍ରପୁର କଲେଜ ଓ ଡିଆରଡିଏ ଛକରେ ଟ୍ରାଫିକ୍‌ ସମସ୍ୟା ଦୂର ପାଇଁ ନୂଆ ବସଷ୍ଟାଣ୍ଡ ସମ୍ମୁଖ ଜାତୀୟ ରାଜପଥରେ ଭେଇକିଲ୍‌ ଅଣ୍ଡରପାସ୍‌ ନିର୍ମାଣ ପାଇଁ ଉଦ୍ୟମ ଆରମ୍ଭ ହୋଇଛି ା ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏନ୍‌ଏଚଏଆଇ କର୍ତ୍ତୃପକ୍ଷ ଏକ ଫ୍ଲାଏଓଭର କିମ୍ବା ଭେଇକିଲ୍‌ ଅଣ୍ଡରପାସ୍‌ ନିର୍ମାଣ ପାଇଁ ଡିଆର୍‌ଡିଏ ଓ କଲେଜ ଛକର ଅନୁଧ୍ୟାନ କରିଛନ୍ତି। କଲେଜ ଓ ଡିଆରଡିଏ ଛକ ମଝିରେ ଥିବା ନୂଆବସଷ୍ଟାଣ୍ଡ ସମ୍ମୁଖ ଜାତୀୟ ରାଜପଥରେ ଭେଇକିଲ୍‌ ଅଣ୍ଡରପାସ୍‌ ନିର୍ମାଣ ପାଇଁ ଫିଜିବିଲଟି ରହିଥିବା ଜଣାପଡିଛି ା ଭେଇକିଲ୍‌ ଅଣ୍ଡରପାସ୍‌ ନିର୍ମାଣ ପାଇଁ ଜିଲାପାଳଙ୍କ ପକ୍ଷରୁ ଏକ ପତ୍ର ଏନଏଚଏଆଇ କର୍ତ୍ତୃପକ୍ଷଙ୍କୁ ଦିଆଯିବ ବୋଲି ସୂଚନା ମିଳିଛି। ଏହା ନିର୍ମାଣ ସହ ଜାତୀୟ ରାଜପଥର ୨ ପାର୍ଶ୍ୱରେ ୭.୫ ମିଟର ଚଉଡାର ସର୍ଭିସ ରୋଡ୍‌ ନିର୍ମାଣ କରାଯିବାକୁ ପ୍ରସ୍ତାବ ରହିଛି ା ଏହା ହେଲେ ଡିଆରଡିଏ ଓ କଲେଜ ଛକ ବନ୍ଦ କରି ଦିଆଯିବ। ନୂଆବସଷ୍ଟାଣ୍ଡ ସମ୍ମୁଖ ସର୍ଭିସ ରୋଡ୍‌ରୁ ଭେଇକିଲ ଅଣ୍ଡର ପାସ ଦେଇ ଜାତୀୟ ରାଜପଥର ଅପରପାର୍ଶ୍ୱରେ ନିର୍ମାଣ ହେବାକୁ ଥିବା ସର୍ଭିସ ରୋଡ୍‌କୁ ଯାତାୟାତ କରିହେବ। ଫଳରେ ଜାତୀୟ ରାଜପଥ ପାର୍‌ ପାଇଁ ଆଉ ଉଭୟ କଲେଜ ଓ ଡିଆରଡିଏ ଛକର ଆବଶ୍ୟକ ପଡିବନି । ସୂଚନାଯୋଗ୍ୟ, ତକତ୍ାଳନୀ ଜିଲାପାଳ ପ୍ରେମଚନ୍ଦ୍ର ଚୌଧୁରୀଙ୍କ ପକ୍ଷରୁ ଡିଆରଡିଏ ଓ କଲେଜ ଛକରେ ଫ୍ଲାଏ ଓଭର ନିର୍ମାଣ ପାଇଁ ଡିପିଆରରେ ରଖିବାକୁ ଏନଏଚଏଆଇ କର୍ତ୍ତୃପକ୍ଷଙ୍କୁ ଚିଠି କରିଥିଲେ। ମାତ୍ର ଫ୍ଲାଏଓଭର କିମ୍ବା ଭିୟୁପି ନିର୍ମାଣ ପାଇଁ ଏନଏଚଏଆଇର ଡିପିଆରରେ କୌଣସି ପ୍ରସ୍ତାବ ନଥିଲା ା ଏ ନେଇ ଗଞ୍ଜାମ ଜିଲା ସଡକ ସୁରକ୍ଷା କମିଟି ବୈଠକରେ ଆଲୋଚନା ହୋଇଥିଲା ା ଛତ୍ରପୁର ବାଇପାସ୍‌ ଜାତୀୟ ରାଜପଥରେ ଭେଇକିଲ୍‌ ଅଣ୍ଡରପାସ୍‌ ନିର୍ମାଣ କରିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜୁଲାଇ ୧୯ରେ ଏନଏଚଏଆଇ ବିଶାଖାପାଟଣା ଡିଭିଜନର ପିଡିଙ୍କୁ ଚିଠି ଲେଖିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri