ବନ୍ଦ ହେବ ଫିଲ୍ମ ଶୁଟିଂ

ମୁମ୍ବାଇ,୧୫।୩: କରୋନା ଭାଇରସର ପ୍ରଭାବକୁ ଦେଖି ଏବେ ବିଭିନ୍ନ ରାଜ୍ୟର ସିନେମା ହଲ ବନ୍ଦ କରି ଦିଆଯାଇଛି। କରୋନାଠାରୁ ଦୂରେଇ ରହିବାକୁ ସରକାର ଏହି ପଦକ୍ଷେପ ନେଇଛନ୍ତି। ଅନ୍ୟପଟେ କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଯାଇ ମାର୍ଚ୍ଚ ୧୯ରୁ ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ଫିଲ୍ମ, ଟେଲିଭିଜନ ଓ ଓ୍ବେବ ସିରିଜ ଆଦିର ଶୁଟିଂ ବନ୍ଦ କରାଯିବ ବୋଲି ଜଣାପଡିଛି। ରବିବାର ଇଣ୍ଡିଆନ ମୋସନ ପିକ୍ଚର୍ସ ପ୍ରଡ୍ୟୁସର୍ସ ଆସୋସିଏଶନ(ଆଇଏମ୍‌ପିପିଏ) ଏହି ନିଷ୍ପତ୍ତି ନେଇଥିବା ଜଣାପଡିଛି। ଦେଶ ତଥା ଦେଶ ବାହାରେ କିଛି ଫିଲ୍ମର ଶୁଟିଂ ଚାଲିଥିବାରୁ ପ୍ୟାକ୍‌ଅପ୍‌ ପାଇଁ ସେମାନଙ୍କୁ ୩ ଦିନ ସମୟ ଦିଆଯାଇଛି। ଟେଲିଭିଜନ ଓ ଓ୍ବେବ ସିରିଜର ଚେୟାରମ୍ୟାନ ଜେଡି ମଜେଠିୟା କହିଛନ୍ତି, ଦେଶ, ବିଶ୍ୱ, ସମାଜ, ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରୁଥିବା ସମସ୍ତ ସଦସ୍ୟଙ୍କ ହିତ ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଇସ୍ତଫା ଦେବା ପରେ ନିଜ ପ୍ରୋଫାଇଲ ବଦଳାଇଲେ ଧର୍ମେନ୍ଦ୍ର ପ୍ରଧାନ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୨୬।୭: ନିଟ୍‌ (NEET) ପରୀକ୍ଷା ପେପର ଲିକ୍‌ ପ୍ରସଙ୍ଗରେ ଦେଶବ୍ୟାପୀ ଛାତ୍ରମାନଙ୍କର ପ୍ରବଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୫ ଜୁଲାଇ,…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri