ବନ୍ଦ ହେବ ସରକାରୀ ପ୍ରାଥମିକ ବିଦ୍ୟାଳୟ: ଛାତ୍ରୀଛାତ୍ର, ଅଭିଭାବକ ମହଲରେ ଅସନ୍ତୋଷ

ମହାକାଳପଡା,୨୬ା୬(ଡି.ଏନ୍‌.ଏ.)- ମହାକାଳପଡ଼ା ବ୍ଲକ ବତିଘର ପଞ୍ଚାୟତ ଅନ୍ତର୍ଗତ ସାନ ନିପାଣିଆ ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୧୦ରୁ କମ୍‌ ରହିଛି। ଏନେଇ ସରକାରୀ ନିୟମ ଅନୁସାରେ ବିଦ୍ୟାଳୟକୁ ବନ୍ଦ କରାଯିବ ବୋଲି ବ୍ଲକ ଶିକ୍ଷା ଅଧିକାରୀ ଅଜୟ କୁମାର ପରିଡା କହିଛନ୍ତି। ଏନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ସୂଚନାଯୋଗ୍ୟ, ପରିଡା ମଙ୍ଗଳବାର ଏହି ବିଦ୍ୟାଳୟ ପରିଦର୍ଶନରେ ଆସିଥିଲେ। ଏଠାରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୯ ଥିବାରୁ ଏହାକୁ ବନ୍ଦ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ପ୍ରଥମରେ ଜଣେ, ଦ୍ୱିତୀୟରେ ୨ ଜଣ, ତୃତୀୟରେ ୨ ଜଣ, ଚତୁର୍ଥରେ ୩ଜଣ ଓ ପଞ୍ଚମ ଶ୍ରେଣୀରେ ଜଣେ ପିଲା ପାଠ ପଢ଼ୁଛନ୍ତି। ସେହିପରି ବିଦ୍ୟାଳୟରେ ପାଠପଢ଼ା ପାଇଁ ୩ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ରହିଛନ୍ତି ବୋଲି ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ମକର ମାଝୀ କହିଛନ୍ତି। ଏବେ ବିଦ୍ୟାଳୟକୁ ବନ୍ଦ କରାଯିବ ବୋଲି ବିଇଓ ନିର୍ଦ୍ଦେଶ ଦେବା ପରେ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ସରକାରୀ ପ୍ରାଥମିକ ବିଦ୍ୟାଳୟଟି ବନ୍ଦ ହେଲେ ନିକଟସ୍ଥ ୧କିଲୋମିଟର ଦୂରରେ ଥିବା ନିପାଣିଆ ପ୍ରାଥମିକ ବିଦ୍ୟାଳୟକୁ ପିଲାଙ୍କୁ ପାଠ ପଢିବାକୁ ଯିବାକୁ ପଡିବ। ବତିଘର ପଞ୍ଚାୟତ ଅନ୍ତର୍ଗତ ନଦୀନାଳ ଘେରା ଏହି ନିପାଣିଆ ଗ୍ରାମ ଏକ ଉପାନ୍ତ ଅଞ୍ଚଳରେ ହୋଇଥିବାରୁ ଯାତାୟାତରେ ଅନେକ ସମସ୍ୟା ରହିଛି। ସେଠାକୁ ପିଲାମାନେ କିପରି ଯିବେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବର୍ଷାଦିନେ ପଙ୍କ, କାଦୁଅ ରାସ୍ତାରେ ବିଦ୍ୟାଳୟକୁ ଯିବା କଷ୍ଟକର ବୋଲି ଛାତ୍ରୀଛାତ୍ରମାନେ କହିଛନ୍ତି। ସେହିପରି ବର୍ଷା, ଘଡଘଡି, ବଜ୍ରପାତ, ଶୀତକାକରରେ ଏତେ ଦୂରକୁ ଯିବାକୁ ଭୟ ଲାଗିବ ବୋଲି ଛାତ୍ରୀ ଉର୍ମିଳା ଦାସ, ବର୍ଷା ଗୁଡିଆ ଓ ଶ୍ରୀୟା ଦାସ ପ୍ରମୁଖ କହିଛନ୍ତି। ଏନେଇ ବ୍ଲକ ଶିକ୍ଷା ଅଧିକାରୀ ପୁନର୍ବାର ବିଚାର କରିବାକୁ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମହାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?